Posted inଖେଳ

ବିଶ୍ୱ ଚାମ୍ପିୟନର ପରାଜୟ ନେଇ କ୍ରିକେଟ ବୋର୍ଡକୁ ନିଲମ୍ବିତ କଲେ ସରକାର…

କଲମ୍ବୋ,୬।୧୧ : ବିଶ୍ୱକପ ୨୦୨୩ରେ ଶ୍ରୀଲଙ୍କାର ଖରାପ ପ୍ରଦର୍ଶନର ପ୍ରଭାବ ଦୃଶ୍ୟମାନ ହେବାକୁ ଲାଗିଲାଣି। ଶ୍ରୀଲଙ୍କା ସରକାର ସମଗ୍ର କ୍ରିକେଟ ବୋର୍ଡକୁ ନିଲମ୍ବିତ କରିଛନ୍ତି। ସୋମବାର ଶ୍ରୀଲଙ୍କାର କ୍ରୀଡା ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ଶ୍ରୀଲଙ୍କା ବର୍ତ୍ତମାନ ପର୍ଯ୍ୟନ୍ତ ବିଶ୍ୱକପରେ ଖେଳାଯାଇଥିବା ୭ ଟି ମ୍ୟାଚ ମଧ୍ୟରୁ ମାତ୍ର ୨ଟି ଜିତିଛି ଏବଂ ଦଳ ସେମିଫାଇନାଲ ପାଇଁ ଦୌଡ଼ରୁ ବାଦ ପଡିଛି। ଗତ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ୩୦୨ରନ ବ୍ୟବଧାନରେ ପରାସ୍ତ କରିଥିଲା। ସେବେଠାରୁ ଦେଶରେ ଉତ୍ତେଜନା ଦେଖାଦେଇଛି ଏବଂ କ୍ରୀଡ଼ା ମନ୍ତ୍ରଣାଳୟ ମଧ୍ୟ ଚୟନକର୍ତ୍ତାଙ୍କୁ ଏ ବିଷୟରେ ପ୍ରଶ୍ନ କରି ଏହାର ଉତ୍ତର ଲୋଡିଥିଲେ।

ଏହାପୂର୍ବରୁ କ୍ରୀଡ଼ା ମନ୍ତ୍ରୀ ରୋଶନ ରଣସିଂହ ଏକ ବିବୃତ୍ତିରେ ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ଦେଶଦ୍ରୋହୀ ଏବଂ ଦୁର୍ନୀତିଗ୍ରସ୍ତ ବୋଲି କହିଥିଲେ। ସେ ବୋର୍ଡ ସଦସ୍ୟଙ୍କ ଇସ୍ତଫା ଦାବି କରିଥିଲେ। ପରବର୍ତ୍ତୀ ସମୟରେ ବୋର୍ଡର ଦ୍ୱିତୀୟ ସର୍ବୋଚ୍ଚ ଅଧିକାରୀ ଶ୍ରୀଲଙ୍କା କ୍ରିକେଟ ସଚିବ ମୋହନଡି ସିଲଭା ତାଙ୍କ ପଦରୁ ଇସ୍ତଫା ଦେଇଥିଲେ କାରଣ ଦଳର ପରାଜୟକୁ ନେଇ କ୍ରିକେଟ ପ୍ରଶଂସକମାନେ ତାଙ୍କ କାର୍ଯ୍ୟାଳୟ ବାହାରେ ପ୍ରଦର୍ଶନ କରିଥିଲେ।

କ୍ରୀଡ଼ା ମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ମନ୍ତ୍ରୀ ସୋମବାର ଶ୍ରୀଲଙ୍କା କ୍ରିକେଟ ବୋର୍ଡର ଅବଶିଷ୍ଟ ସଦସ୍ୟଙ୍କୁ ବରଖାସ୍ତ କରି ସେମାନଙ୍କୁ ବିଶ୍ୱକପ ବିଜେତା ପୂର୍ବତନ ଅଧିନାୟକ ଅର୍ଜୁନ ରାଣାତୁଙ୍ଗାଙ୍କ ନେତୃତ୍ୱରେ ଏକ ମଧ୍ୟବର୍ତ୍ତୀକାଳୀନ କମିଟିରେ ସ୍ଥାନିତ କରିଛନ୍ତି। ରଣତୁଙ୍ଗାଙ୍କ ସହ ସୁପ୍ରିମକୋର୍ଟର ଦୁଇଜଣ ଅବସରପ୍ରାପ୍ତ ବିଚାରପତି ମଧ୍ୟ ୭ଜଣିଆ କମିଟିରେ ସାମିଲ ହେବେ।

ବିଶ୍ୱକପ ୨୦୨୩ର ପଏଣ୍ଟ ଟେବୁଲରେ ଶ୍ରୀଲଙ୍କା ସପ୍ତମ ସ୍ଥାନରେ ଅଛି ଏବଂ ସୋମବାର ଦଳ ଦିଲ୍ଲୀରେ ବାଂଲାଦେଶ ସହିତ ମୁହାଁମୁହିଁ ହେବ। ଏହି ମ୍ୟାଚ ଜିତି ଶ୍ରୀଲଙ୍କା ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାଇଁ ଯୋଗ୍ୟତା ଅର୍ଜନ କରିବାକୁ ଚାହୁଁଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?