ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି।

ରାଜସ୍ବ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ ବୋଲି ଏହି ପରିପ୍ରେକ୍ଷୀରେ ଚେତାବନୀ ଦେଇଛନ୍ତି ମାନ୍ୟବର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।

ସୂଚନାଯୋଗ୍ୟ, ରାଜସ୍ବ ସଚିବ ଡଃ ଅରବିନ୍ଦ ପାଢ଼ୀ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ଅବଲମ୍ବନ କରାଯିବ ବୋଲି ଏଇ ନିକଟରେ ବିଭାଗର ସମସ୍ତ କାର୍ଯ୍ୟାଳୟକୁ ନିର୍ଦ୍ଦେଶନାମା ଜାରି କରିଥିଲେ।

Dharitri –Odisha’s No.1 Trusted Odia Daily

Share