ଲେବାନନ୍‌ ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିକୁ ନେଇ ସରକାର ତତ୍ପର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଲେବାନନ୍‌ ବିସ୍ଫୋରଣ ଘଟଣା ପରେ ରାଜ୍ୟର କଳକାରଖାନାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଫ୍ୟାକ୍ଟ୍ରି ଆଣ୍ଡ ବଏଲର ନିର୍ଦ୍ଦେଶକ ଗତ ସୋମବାର ରାଜ୍ୟରେ ଥିବା ସବୁ କଳକାରଖାନାକୁ ଚିଠି ଲେଖିଛନ୍ତି। ଫ୍ୟାକ୍ଟ୍ରିଗୁଡିକର ନିରାପତ୍ତା ଏବଂ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ଏଥିଲାଗି କ’ଣ ପ୍ରସ୍ତୁତି ରହିଛି ସେନେଇ ଜଣାଇବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଫ୍ୟାକ୍ଟ୍ରିରେ କେତେ ପରିମାଣର ବିସ୍ଫୋରଣ ସାମଗ୍ରୀ ଅଛି, ଇନ୍ଧନ ଜାତୀୟ ସାମଗ୍ରୀ କେତେ ରହିଛି, ତା’ର ରିପୋର୍ଟ ମଧ୍ୟ ପ୍ରଦାନ କରିବା ପାଇଁ କୁହାଯାଇଛି। ଗତ ୪ତାରିଖରେ ଲେବାନନ୍‌ର ରାଜଧାନୀ ବେରୁଟରେ ବଡ଼ଧରଣର ବିସ୍ଫୋରଣ ହୋଇଥିଲା। ବନ୍ଦରରେ ଥିବା ଆମୋନିୟମ ନାଇଟ୍ରେଟ୍‌ ବିସ୍ଫୋରଣ ଯୋଗୁ ପ୍ରାୟ ୨୦୦ ଜଣଙ୍କ ମୃତ୍ୟୁ ଘଟିଥିଲା। କେତେଜଣ ଲୋକ ନିଖୋଜ ରହିଥିବା ବେଳେ ବହୁତ ଲୋକ ଆହତ ହୋଇଛନ୍ତି। ବେରୁଟ ବନ୍ଦରରେ ପ୍ରାୟ ୨୭୫୦ଟନ୍‌ ଆମୋନିୟମ ନାଇଟ୍ରେଟ ଗଚ୍ଛିତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri