ସରକାର ନେଲେ ବଡ଼ ନିଷ୍ପତ୍ତି: ଗୁଟ୍‌ଖା, ସିଗାରେଟ୍‌-ବିଡି ସବୁ ବ୍ୟାନ୍‌

ଭୁବନେଶ୍ୱର,୨୨।୧(ସୁଚିସ୍ମିତା ସାହୁ): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନ ସ୍ବାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟ୍‌ଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମାଖୁ କିମ୍ବା ନିକୋଟିନ୍‌ ଯୁକ୍ତ ସମସ୍ତ ପ୍ରକାର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ଗଚ୍ଛିତ ରଖିବା, ପରିବହନ, ବାଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧକ ଜାରି କରିଛନ୍ତି।
ଏହି ନିଷେଧାଜ୍ଞା ଖାଦ୍ୟ ସୁରକ୍ଷା ଓ ମାନକ ଆଇନ-୨୦୦୬ ଏବଂ ଖାଦ୍ୟ ସୁରକ୍ଷା ଓ ମାନକ (ବିକ୍ରୟ ଉପରେ ପ୍ରତିବନ୍ଧକ ଓ ନିୟନ୍ତ୍ରଣ) ବିଧି-୨୦୧୧ର ଧାରା ୨.୩.୪ ଅନୁଯାୟୀ ଜାରି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଏବଂ ଖାଦ୍ୟ ସୁରକ୍ଷା ଓ ମାନକ କର୍ତ୍ତୃପକ୍ଷ (ଏଫ୍‌ଏସ୍‌ଏସ୍‌ଏଆଇ)ଙ୍କ ଗାଇଡଲାଇନ୍‌ ଅନୁସାରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।
ତମାଖୁ ଓ ନିକୋଟିନ୍‌ ଯୁକ୍ତ ପଦାର୍ଥଗୁଡ଼ିକ ମୁଖ, ଗଳା, ଅନ୍ତର୍ନିହିତ ଅଙ୍ଗରେ କ୍ୟାନ୍‌ସର ସହିତ ଗୁରୁତର ରୋଗ ସୃଷ୍ଟି କରୁଛି। ବିଶେଷ କରି ଶିଶୁ ଓ ଯୁବପିଢ଼ିଙ୍କ ସ୍ବାସ୍ଥ୍ୟ ପାଇଁ ଏହା ଅତ୍ୟନ୍ତ ହାନିକାରକ। ତେଣୁ ସାର୍ବଜନୀନ ସ୍ବାସ୍ଥ୍ୟ ହିତରେ ଏହି ନିଷେଧ ଲାଗୁ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନୋଟିଫିକେଶନ ନମ୍ବର ୨୦୬୫/୨୧।୧।୨୦୨୬ ଅନୁସାରେ ଏହି ନିଷେଧାଦେଶ ଲାଗୁ କରାଯାଇଛି। ସାଧାରଣ ଲୋକଙ୍କୁ ଏହି ନିଷେଧାଜ୍ଞା ପାଳନ କରି ସୁସ୍ଥ ଓ ତମାଖୁମୁକ୍ତ ଓଡ଼ିଶା ଗଠନରେ ସହଯୋଗ କରିବାକୁ ରାଜ୍ୟ ସରକାର ଆହ୍ବାନ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri