ଓଡ଼ିଆ ଅସ୍ମିତା କହୁଥିବା ସରକାର ଓଡ଼ିଆ ଅସ୍ମିତା ଭୁଲିଗଲେ: ପିସିସି ସଭାପତି

ଭୁବନେଶ୍ୱର, ୩।୪: ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ନିଷ୍ପତ୍ତିକୁ କଂଗ୍ରେସର ନିନ୍ଦା କରିଛି। ଏହି ନିଷ୍ପତ୍ତିକୁ ନିନ୍ଦା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ। ଓଡ଼ିଆ ଅସ୍ମିତା କହୁଥିବା ସରକାର ଓଡ଼ିଆ ଅସ୍ମିତା ଭୁଲିଗଲେ। ବିଜୁ ବାବୁଙ୍କ ସହ ବାଜପେୟୀଙ୍କ ସମ୍ପର୍କ ମଧ୍ୟ ଭାଜପା ଭୁଲଯାଇଛି। ଆମେ ସରକାରଙ୍କ ନିଷ୍ପତ୍ତିକୁ ନିନ୍ଦା କରୁଛୁ ବୋଲି ଭକ୍ତ ଦାସ କହିଛନ୍ତି।

ଅନ୍ୟପକ୍ଷେ,

ଭାଜପାକୁ ଟାର୍ଗେଟ କଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଜୁ ବାବୁଙ୍କ ଜନ୍ମଦିନକୁ ନେଇ ବର୍ଷିଲେ ପ୍ରମିଳା। ସେ କହିଛନ୍ତି, ଭାଜପା ଓଡ଼ିଆ ଅସ୍ମିତା କହି ସରକାରକୁ ଆସିଲା । ହେଲେ ବିଜୁ ପଟ୍ଟନାୟକଓଡ଼ିଆ ଅସ୍ମିତାର ସମ୍ମାନ ବୃଦ୍ଧି କରିଥିଲେ । ଅନ୍ତର୍ଜାତୀୟ ସ୍ତରରେ ସେ ଓଡ଼ିଶା ପାଇଁ ସୁନାମ ଆଣିଥିଲେ। ସେ ଅନୁଭବ କରିଥିଲେ ମହିଳା ରାଜନୀତିକୁ ଆସିବା ଦରକାର। ସେଥିପାଇଁ ସେ ୧୯୯୩ ମସିହାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିଲେ। ତେବେ ଠାରୁ ପଞ୍ଚାୟତିରାଜ ସୁଦୃଢ ହୋଇଛି। ତେଣୁ ବିଜୁ ବାବୁଙ୍କ ଜନ୍ମଦିନକୁ ପଞ୍ଚାୟତିରାଜ ଦିବସ ପାଳନ ହେଉଥିଲା। ବିଜୁ ବାବୁଙ୍କ ନାଁକୁ ସେମାନେ ଡରୁଛନ୍ତି । କାରଣ ଲୋକ ତାଙ୍କୁ ଭଲ ପାଆନ୍ତି। ଏପରି ଅପମାନ କରିବା ସରକାରର ଠିକ ନୁହେଁ। କଂଗ୍ରେସ ପଞ୍ଚାୟତିରାଜ ଦିବସ ପାଳନ କରୁଥିଲା ମାର୍ଚ୍ଚ -୫ ରେ। ହେଲେ ଭାଜପା ଯେପରି ଅସମ୍ମାନ କଲା, ତାହା କଣ ଓଡ଼ିଆ ଅସ୍ମିତା ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରଶ୍ନ କରିଛନ୍ତି। ଏଥିରୁ ଜଣା ପଡୁଛି ମହାପୁରୁଷଙ୍କୁ ଏହି ସରକାରକେତେ ସମ୍ମାନ କରନ୍ତି । ବିଜେଡି ଆସନ୍ତାକାଲି ଶଙ୍ଖ ଭବନରେ ବିଜୁ ଜୟନ୍ତୀ ପାଳନ କରିବ। ସବୁ ନିର୍ବାଚନ ମଣ୍ଡଳୀରେ ବି ପାଳନ ହେବ। ସକାଳେ ହସ୍ପିଟାଲରେ ଫଳ ବଣ୍ଟନ ଓ ବିଜୁ ବାବୁଙ୍କ ଅବଦାନ ବିଷୟରେ ଆଲୋଚନା ହେବ ବୋଲି ସ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri