ଘରୋଇ ବିଦ୍ୟୁତ୍‌ ଦର କମାଇବେ ସରକାର

ଲଣ୍ଡନ,୮ା୯: ବ୍ରିଟେନର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ୍‌ ଗୁରୁବାର କହିଛନ୍ତି, ଆଗାମୀ ଦିନରେ ପ୍ରବଳ ଥଣ୍ଡା ପାଗର ସମ୍ମୁଖୀନ ହେବାକୁ ପଡ଼ିବ। ତେଣୁ ତାଙ୍କ ସରକାର ଘରୋଇ ତଥା ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହୃତ ବିଦ୍ୟୁତ୍‌ ଶକ୍ତି ମୂଲ୍ୟ ହ୍ରାସ କରିବେ।

ସଂସଦରେ ଏମ୍‌ପିମାନଙ୍କ ଆଗରେ ଟ୍ରସ୍‌ ଦୁଇ ବର୍ଷର ‘ଶକ୍ତି ମୂଲ୍ୟ ଗ୍ୟାରେଣ୍ଟି’ ଘୋଷଣା କରିଥିଲେ। ଅର୍ଥାତ୍‌ ଘରୋଇ ଶକ୍ତି ବ୍ୟବହାର ପାଇଁ ବିଲ୍‌ ୨୫୦୦ ପାଉଣ୍ଡରୁ ଅଧିକ ହେବ ନାହିଁ। ଅକ୍ଟୋବରରୁ ଏହି ବିଲ୍‌ ୩୫୦୦ ପାଉଣ୍ଡ (୪୦୦୦) ପର୍ଯ୍ୟନ୍ତ ବୃଦ୍ଧି ହେବାର ଥିଲା, ଯାହା ପୂର୍ବ ବର୍ଷ ତୁଳନାରେ ପ୍ରାୟ ୩ ଗୁଣ ଅଧିକ।

ବିଦ୍ୟୁତ୍‌ ମୂଲ୍ୟ ବୃଦ୍ଧି ହେବାର କାରଣ ହେଉଛି ୟୁକ୍ରେନରେ ଚାଲିଥିବା ସାମରିକ ଅଭିଯାନ, କରୋନା ମହାମାରୀ ଏବଂ ବ୍ରେକ୍ସିଟ। ଟ୍ରସ୍‌ କହିଛନ୍ତି ଶୀତଦିନର ମୁକାବିଲା ପାଇଁ ଆମେ ଆମ ଦେଶକୁ ସାହାଯ୍ୟ କରିବୁ ଏବଂ ଶକ୍ତି ମୂଲ୍ୟ ବୃଦ୍ଧି ପାଇଁ ଦାୟୀ ଥିବା କାରଣଗୁଡ଼ିକ ସହିତ ମଧ୍ୟ ମୁକାବିଲା କରିବାକୁ ଚେଷ୍ଟା କରିବୁ ଯାହା ଦ୍ୱାରା ଆଗାମୀ ସମୟରେ ଏଥିରେ କୌଣସି ଅସୁବିଧା ହେବ ନାହିଁ।

ଟ୍ରସ କହିଛନ୍ତି, କେବଳ ଘର ନୁହେଁ, ଡାକ୍ତରଖାନା ଏବଂ ବିଦ୍ୟାଳୟଗୁଡ଼ିକୁ ମଧ୍ୟ ସାହାଯ୍ୟ କରାଯିବ, କିନ୍ତୁ ଏଗୁଡ଼ିକର ସହାୟତା ସମୟ ସୀମା ଦୁଇ ବର୍ଷ ନୁହେଁ, ମାତ୍ର ୬ ମାସ ହେବ। ସରକାର କହିଛନ୍ତି, ଏହା ବ୍ରିଟେନରେ ମୁଦ୍ରାସ୍ଫୀତି ବୃଦ୍ଧି ହାରକୁ ୪ରୁ ୫ପ୍ରତିଶତ ହ୍ରାସ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri