ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରିବ ସରକାର

ଭୁବନେଶର,୭ା୭: ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ଅଧୀନରେ ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରାଯିବ। ଏହି ଘୋଷଣା ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କରିଛନ୍ତି।

ମନ୍ତ୍ରୀ ନାୟକ କହିଛନ୍ତି, “ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ଅଧୀନରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ପ୍ରଦାନ କରାଯିବ। ଏ ନେଇ କେନ୍ଦ୍ର ସରକାରଙ୍କ ଅନୁମୋଦନ ମିଳିସାରିଛି।”

ନାୟକଙ୍କ କହିବା ଅନୁଯାୟୀ, ସମ୍ପ୍ରତି ନୂଆଦିଲ୍ଲୀ ଗସ୍ତ ସମୟରେ ସେ ଏହି କେନ୍ଦ୍ରୀୟ ଯୋଜନା ଅଧୀନରେ ପକ୍କା ଘର ବଣ୍ଟନ ସମ୍ପର୍କରେ ସମ୍ପୃକ୍ତ କେନ୍ଦ୍ରୀୟ ମନ୍ତ୍ରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି।

ମନ୍ତ୍ରୀ ଆହୁରି କହିଛନ୍ତି, “ଚଳିତ ବର୍ଷ ନଭେମ୍ବର ସୁଦ୍ଧା ସରକାର ପକ୍କା ଘର ମଞ୍ଜୁର କରିବ। ଏ ନେଇ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଆଲୋଚନା ହୋଇଛି। ଅନଲାଇନ ମାଧ୍ୟମରେ ଜମା ହୋଇଥିବା ପ୍ରାୟ ୪ ଲକ୍ଷ ଆବେଦନର ଯାଞ୍ଚ ପ୍ରକ୍ରିୟା ଚାଲିଛି। ଅଫଲାଇନ ଆବେଦନଗୁଡ଼ିକର ଯାଞ୍ଚ ଶୀଘ୍ର ଆରମ୍ଭ ହେବ।”

ଏହି ଯୋଜନା ଓଡ଼ିଶାର ଗ୍ରାମୀଣ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଜୀବନଧାରା ଉନ୍ନତିକରଣରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri