ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରିବ ସରକାର

ଭୁବନେଶର,୭ା୭: ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ଅଧୀନରେ ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରାଯିବ। ଏହି ଘୋଷଣା ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କରିଛନ୍ତି।

ମନ୍ତ୍ରୀ ନାୟକ କହିଛନ୍ତି, “ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ଅଧୀନରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ପ୍ରଦାନ କରାଯିବ। ଏ ନେଇ କେନ୍ଦ୍ର ସରକାରଙ୍କ ଅନୁମୋଦନ ମିଳିସାରିଛି।”

ନାୟକଙ୍କ କହିବା ଅନୁଯାୟୀ, ସମ୍ପ୍ରତି ନୂଆଦିଲ୍ଲୀ ଗସ୍ତ ସମୟରେ ସେ ଏହି କେନ୍ଦ୍ରୀୟ ଯୋଜନା ଅଧୀନରେ ପକ୍କା ଘର ବଣ୍ଟନ ସମ୍ପର୍କରେ ସମ୍ପୃକ୍ତ କେନ୍ଦ୍ରୀୟ ମନ୍ତ୍ରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି।

ମନ୍ତ୍ରୀ ଆହୁରି କହିଛନ୍ତି, “ଚଳିତ ବର୍ଷ ନଭେମ୍ବର ସୁଦ୍ଧା ସରକାର ପକ୍କା ଘର ମଞ୍ଜୁର କରିବ। ଏ ନେଇ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଆଲୋଚନା ହୋଇଛି। ଅନଲାଇନ ମାଧ୍ୟମରେ ଜମା ହୋଇଥିବା ପ୍ରାୟ ୪ ଲକ୍ଷ ଆବେଦନର ଯାଞ୍ଚ ପ୍ରକ୍ରିୟା ଚାଲିଛି। ଅଫଲାଇନ ଆବେଦନଗୁଡ଼ିକର ଯାଞ୍ଚ ଶୀଘ୍ର ଆରମ୍ଭ ହେବ।”

ଏହି ଯୋଜନା ଓଡ଼ିଶାର ଗ୍ରାମୀଣ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଜୀବନଧାରା ଉନ୍ନତିକରଣରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri