୧୯ନିର୍ବାଚନ ପୂର୍ବରୁ ଆବିଆଇରୁ ୩ଲକ୍ଷ କୋଟି ଟଙ୍କା ଉଠାଇବାକୁ ଚାହୁଁଥିଲେ ସରକାର, ପୂର୍ବ ଡେପୁଟି ଗଭର୍ଣ୍ଣରଙ୍କ ବଡ ଦାବି

ନୂଆଦିଲ୍ଲୀ,୮।୯: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ପୂର୍ବତନ ଡେପୁଟି ଗଭର୍ଣ୍ଣର ବିରଲ ଆଚାର୍ଯ୍ୟ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି, ୨୦୧୮ ମସିହାରେ ସରକାର ୧୯ନିର୍ବାଚନ ପୂର୍ବରୁ କେନ୍ଦ୍ରୀୟ ବ୍ୟାଙ୍କ ଅର୍ଥାତ୍‌ ଆରବିଆଇରୁ ୨ରୁ ୩ଲକ୍ଷ କୋଟି ଟଙ୍କା ଉଠାଇବାକୁ ଚେଷ୍ଟା କରିଥିଲେ। ସେମାନେ ଏହି ଟଙ୍କାକୁ ନିର୍ବାଚନ ପୂର୍ବରୁ ଲୋକାଭିମୁଖୀ କାମରେ ଲଗାଇବେ ବୋଲି ବ୍ୟାଙ୍କ୍‌ ପାଖରେ ଦାବି କରିଥିଲେ। ଟଙ୍କା ଉଠାଣକୁ ନେଇ ଆରବିଆଇ ଓ ସରକାରଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା।

ଆଚାର୍ଯ୍ୟ ତାଙ୍କ ପୁସ୍ତକ ‘କ୍ୱେଷ୍ଟ ଫର ରିଷ୍ଟୋରିଙ୍ଗ୍‌ ଫାଇନାସିଙ୍ଗ୍‌ ଷ୍ଟାବିଲିଟି ଅଫ୍‌ ଇଣ୍ଡିଆ’ରେ ଏ ପ୍ରସଙ୍ଗରେ ଆଲୋକପାତ କରିଛନ୍ତି। ଏଥିରେ ସରକାରଙ୍କ ଏହି ଉଦ୍ୟମକୁ ‘ରାଷକୋଷରେ ଅଭାବ ଦେଖାଯିବା’ ଏବଂ ବ୍ୟାକଡୋର୍‌ ମୋନେଟାଇଜେସନ’ ବୋଲି ବର୍ଣ୍ଣନା କରାଯାଇଛି।
୨୦୧୯ ସାଧାରଣ ନିର୍ବାଚନରେ ବିଜୟୀ ହେବା ପାଇଁ ସରକାର ଆରବିଆଇରୁ ବିପୁଳ ପରିମାଣର ଅର୍ଥ ଉଠାଣ କରି ଲୋକାଭିମୁଖୀ କାର୍ଯ୍ୟ କରିବାକୁ ଚେଷ୍ଟା କରୁଥିଲେ। ତେବେ ଆରବିଆଇ ଏହା ସପକ୍ଷରେ ନ ଥିଲା। ତେଣୁ ସରକାର ଓ ଅରବିଆଇ ମଧ୍ୟରେ ମତଭେଦ ସୃଷ୍ଟି ହୋଇଥିଲା।

ସେତେବେଳେ ସରକାର ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଆକ୍ଟର ଧାରା ୭ ବ୍ୟବହାର କରି ଆରବିଆଇକୁ ନିର୍ଦ୍ଦେଶ ଦେବା ପାଇଁ ଚେତାବନୀ ମଧ୍ୟ ଦେଇଥିଲେ। ଅକ୍ଟୋବର ୨୬ ୨୦୧୮ରେ ଆବିଆଇର ତତ୍କାଳୀନ ଡେପୁଟି ଗଭର୍ଣ୍ଣର ଆଚାର୍ଯ୍ୟ ଏକ ବକ୍ତବ୍ୟ ଦେବାବେଳେ ଏହି ପ୍ରସଙ୍ଗ ଉଠାଇଥିଲେ।

୨୦୨୦ରେ ଆଚାର୍ଯ୍ୟଙ୍କ ପ୍ରକାଶିତ ତାଙ୍କ ପୁସ୍ତକର ନୂତନ ସଂସ୍କରଣର ସେ କହିଥିଲେ, ଅମଲାତନ୍ତ୍ର ଏବଂ ସରକାରରେ ବସିଥିବା କିଛି ‘ସୃଜନଶୀଳ ମସ୍ତିଷ୍କ’ର କିଛି ଲୋକ ପୂର୍ବ ସରକାରଙ୍କ କାର୍ଯ୍ୟକାଳ ମଧ୍ୟରେ ଆରବିଆଇରେ ଜମା ହୋଇଥିବା ବଡ ରକମର ଟଙ୍କାକୁ ବର୍ତ୍ତମାନର ସରକାରଙ୍କ ଖାତାରେ ସ୍ତାନାନ୍ତରିତ କରିବା ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri