ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ

ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ରବିବାର ଏଭଳି ଚେତାବନୀ ଦେଇଛନ୍ତି।

ସେ କହିଛନ୍ତି, ଅଭିଯୋଗ ପରେ ନିର୍ଦ୍ଧିଷ୍ଟ ଦୋକାନ ଉପରେ ଚଢ଼ାଉ କରାଯାଇ ୧୭୦ଟି ପେଟି ଫାବିପିରାର୍ଭି ଜବତ କରାଯାଇଥିଲା। ସେଥିରେ ୨୭ ପେଟି ଅନ୍ୟ ଔଷଧ ମଧ୍ୟ ରହିଛି। ଜବତ ହୋଇଥିବା ଔଷଧକୁ ଭୁବନେଶ୍ୱର ସମେତ କୋଲକତା ସେଣ୍ଟ୍ରାଲ ଲାବ୍ରୋଟାରୀକୁ ପରୀକ୍ଷା ପାଇଁ ପଠାଯାଇଛି। ଏପରି କି ରାଜ୍ୟର ବିଭିନ୍ନ ଜିଲାର ଔଷଧ ଦୋକାନ ଉପରେ ବିଭାଗ ପକ୍ଷରୁ ନଜର ରଖାଯାଇଛି। ଯାଞ୍ଚ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାର ତୃତୀୟ ଲହର ପାଇଁ ପ୍ରସ୍ତୁତ ଥିବା ସେ କହିଛନ୍ତି। ଶିଶୁଙ୍କ ଚିକିତ୍ସା ଲାଗି ସ୍ବତନ୍ତ୍ର ଭାବେ ୧୬୧୦ ସାଧାରଣ ବେଡ଼ ଏବଂ ୬୧୦ ଆଇସିୟୁ ବେଡ ବ୍ୟବସ୍ଥା କରାଯାଇଛି। ଶିଶୁ ଭବନରେ କୋଭିଡ ଓ୍ବାର୍ଡ ପାଇଁ ପ୍ରସ୍ତାବ ରହିଛି। ସେହିପରି ନବଜାତ କୋଭିଡ ସଂକ୍ରମିତ ଶିଶୁଙ୍କ ପାଇଁ ସ୍ବତନ୍ତ୍ର ଓ୍ବାର୍ଡ ସହ ଅଧିକ ସଂକ୍ରମିତଙ୍କ ପାଇଁ କୋଭିଡ କେୟାର ସେଣ୍ଟର କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସେ କହିଥିଲେ।

୨ ଦିନ ତଳେ କଟକର କନିକା ଛକ ନିକଟରେ ଥିବା ଏକ ଦୋକାନରୁ ନକଲି କରୋନା ମେଡିସିନ ଜବତ ହୋଇଥିଲା। ଏହି ଲିଙ୍କରେ ଡ୍ରଗ୍ସ କଣ୍ଟ୍ରୋଲ ସ୍କ୍ବାର୍ଡ ରାଉରକେଲାରେ ୩ଟି ଔଷଧ ଦୋକାନରେ ଚଢାଉ କରିଥିଲା। ସେଠାରୁ ବିପୁଳ ପରିମାଣରେ ନକଲି ଔଷଧ ଜବତ କରାଯାଇଛି। ସେହିପରି ବଲାଙ୍ଗୀର ସହର ସୁଦପଡ଼ା ସ୍ଥିତ ଏକ ଔଷଧ ଗୋଦାମ ଉପରେ ସ୍କ୍ବାର୍ଡ ଚଢାଉ କରିଥିଲା। ଚଢାଉ ବେଳେ ଥଣ୍ଡା କାଶ ପାଇଁ ବ୍ୟବହୃତ ଔଷଧ ମିଳିଥିଲା। ଏହାକୁ ପରୀକ୍ଷା ପାଇଁ ଲ୍ୟାବକୁ ପଠାଯିବ ବୋଲି ଡ୍ରଗ୍ସ ଇନ୍ସପେର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri