ଘରୋଇ ହସ୍ପିଟାଲକୁ ସରକାରଙ୍କ ଚେତାବନୀ: ହତାଦର କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୨ା୫(ବ୍ୟୁରୋ):ଘରୋଇ ହସ୍ପିଟାଲ କୋଭିଡ୍‌-୧୯ ରୋଗୀମାନଙ୍କୁ କିପରି ବ୍ୟବହାର କରୁଛନ୍ତି। ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଗାଇଡ୍‌ଲାଇନକୁ ମାନିବାକୁ ସେମାନେ ବାଧ୍ୟ। ଯଦି କୌଣସି କ୍ଷେତ୍ରରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହେଉଛି କିମ୍ବା ରୋଗୀଙ୍କ ଠାରୁ ନିର୍ଦ୍ଧାରିତ ଫି’ଠାରୁ ଅଧିକ ନେଉଛନ୍ତି ତେବେ ସମ୍ପୃକ୍ତ ହସ୍ପିଟାଲ ପରିଚାଳନା କର୍ତ୍ତୃପକ୍ଷଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ବରିଷ୍ଠ ଅଧିକାରୀ, ଜିଲାପାଳ ଓ ଏସ୍‌ପିମାନଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି।
ମଙ୍ଗଳବାର ବରିଷ୍ଠ ଅଧିକାରୀମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ ମାସକ ମଧ୍ୟରେ ରାଜ୍ୟର ଅନେକ ଜିଲାରେ କୋଭିଡ୍‌ ମହାମାରୀ ସଂକ୍ରମଣ ବଢ଼ିଚାଲିଛି। କୋଭିଡ୍‌ ଯୋଦ୍ଧା ଏବଂ ଲୋକମାନଙ୍କ ସହଯୋଗରେ ଆମେ ପରିସ୍ଥିତିକୁ ପରିଚାଳନା କରିବାରେ ସକ୍ଷମ ହୋଇପାରିଛୁ। କିନ୍ତୁ ଚ୍ୟାଲେଞ୍ଜ ବହୁତ ବଡ଼ ଏବଂ ଯୁଦ୍ଧ ବହୁତ ଲମ୍ବା।
ସଂକ୍ରମଣକୁ କମାଇବା ପାଇଁ ଦୁଇ ସପ୍ତାହ ଲାଗି ରାଜ୍ୟରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଯଦିଓ ଏହା ଠିକ୍‌ ଭାବେ ଚାଲିଛି ତେବେ କେତେକ ସ୍ଥାନରେ ଏହାକୁ ଆହୁରି କଡ଼ାକଡ଼ି କରିବା ଦରକାର। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ହେଉଛି ଏକ ରାଜ୍ୟ ଯେଉଁଠି ଲୋକମାନଙ୍କୁ ମାଗଣାରେ ଟେଷ୍ଟିଂ କରିବା ସହ ରହିବା, ଖାଇବା, ଔଷଧ ଇତ୍ୟାଦି ମାଗଣାରେ ଯୋଗାଇ ଦିଆଯାଉଛି। ରାଜ୍ୟ ସରକାର ଏଥିପାଇଁ ବହୁ ସମ୍ବଳ ଖର୍ଚ୍ଚ କରୁଛନ୍ତି। ରାଜ୍ୟବାସୀଙ୍କୁ ଉତ୍ତମ ସେବା ଯୋଗାଇବା ନେଇ ନିଶ୍ଚିତ କରିବା ଲାଗି ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୋ ସରକାର ଅଧୀନରେ ରୋଗୀମାନଙ୍କଠାରୁ ମତାମତ ସଂଗ୍ରହ କରାଯାଉଛି। ଆଗାମୀ ଦିନରେ ଏହା ଜାରିରହିବ। ଅଗ୍ନି ନିରାପତ୍ତା ଏବଂ ମେଡିକାଲ ଅକ୍ସିଜେନ ମହଜୁଦ ରଖିବା ଜିଲା ଟିମ୍‌ ପାଇଁ ପ୍ରାଥମିକତା। ଏହାକୁ ୨୪ ଘଣ୍ଟା ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଟେଷ୍ଟିଂ, ଟ୍ରେସିଂ ଏବଂ କଣ୍ଟେନମେଣ୍ଟ ପୂରାଦମରେ ଚଳାଇବା ସହ ସମ୍ବେଦନଶୀଳ ଅଞ୍ଚଳ ଉପରେ ସ୍ବତନ୍ତ୍ର ଫୋକସ୍‌ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯେଉଁ ଡାକ୍ତରମାନେ ଆଇସିୟୁ ଏବଂ ଏଚ୍‌ଡିୟୁ ପରିଚାଳନା କରୁଛନ୍ତି ସେମାନଙ୍କଠାରୁ ପ୍ରତ୍ୟକ୍ଷ ମତାମତ ସଂଗ୍ରହ କରିବାକୁ କୁହାଯାଇଛି। ଟିକାକରଣ କାର୍ଯ୍ୟକ୍ରମକୁ ପ୍ରାଥମିକତା ଦେଇ ଜୋରସୋରରେ ଚଳାଇବା ସହ ବୃଦ୍ଧାବୃଦ୍ଧ ଏବଂ ଅନ୍ୟ ସମ୍ବେଦନଶୀଳ ବର୍ଗଙ୍କ ପାଇଁ ଟିକାକରଣ କ୍ଷେତ୍ରରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଧିକ ମାତ୍ରାରେ ଟିକା ଯୋଗାଇବାକୁ ସରକାର ଯଥାସମ୍ଭବ ଉଦ୍ୟମ କରୁଛନ୍ତି। କୋଭିଡ୍‌ ହସ୍ପିଟାଲଗୁଡ଼ିକରେ ହେଲ୍‌ପଲାଇନ ସୁଦୃଢ଼ କରିବା ସହ ପରିବାରବର୍ଗଙ୍କୁ ରୋଗୀଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଜଣାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କଠିନ ପରିସ୍ଥିତିରେ ଦୁଃସ୍ଥ ଲୋକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ଜରିଆରେ ସହାୟତା କରିବାକୁ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ଓ ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ଟିକାକରଣ ହେଉଛି ମୁଖ୍ୟ ଅସ୍ତ୍ର। ସେ ପର୍ଯ୍ୟନ୍ତ ଆମକୁ ସତର୍କତାର ସହ ଯିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।
ତୃତୀୟ ଲହର ସମ୍ଭାବନା ସମ୍ପର୍କରେ ତଥ୍ୟ ସଂଗ୍ରହ ସହିତ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୁରୀରେ ରଥଯାତ୍ରା ପୂର୍ବରୁ ସମସ୍ତ ସେବାୟତ ଓ ସେମାନଙ୍କ ପରିବାରବର୍ଗଙ୍କ ସମ୍ପୂର୍ଣ୍ଣ ଟିକାକରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ୍‌ ହସ୍ପିଟାଲଗୁଡ଼ିକରେ ଚିକିତ୍ସାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନିଆଯାଇଛି। କୋଭିଡ୍‌ ପର୍ଯ୍ୟବେକ୍ଷକମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ଅକ୍ସିଜେନ ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି, ସାରା ବିଶ୍ୱର ବର୍ତ୍ତମାନ ଭାରତରେ ୫୪ ପ୍ରତିିଶତ କୋଭିଡ୍‌ ସଂକ୍ରମଣ ରହିଛି। ଓଡ଼ିଶାରେ ଦେଶର କୋଭିଡ୍‌ ସଂଖ୍ୟାର ୨.୭ ପ୍ରତିଶତ ରହିଛି। ସର୍ବଭାରତୀୟ ସ୍ତରରେ ମୃତ୍ୟୁ ହାର ୧.୦୯ ଥିବା ବେଳେ ଓଡ଼ିଶାରେ ଏହା ୦.୪ ପ୍ରତିଶତ ରହିଛି। ଖୋର୍ଦ୍ଧା ଓ କଟକ ଜିଲା ବ୍ୟତୀତ ଛତିଶଗଡ଼ ସୀମାବର୍ତ୍ତୀ ଜିଲାଗୁଡ଼ିକରେ ଅଧିକ ପଜିଟିଭ କେସ୍‌ ରହୁଛି। ଓଡ଼ିଶାରେ ଗତ ୧୫ ଦିନ ଧରି ପଜିଟିଭ ସଂଖ୍ୟା ୨୦.୨ ପ୍ରତିଶତ ରହିଛି। ଓଡ଼ିଶାରେ ଦୈନିକ ୫୨.୯ ମେଟ୍ରିକ୍‌ ଟନ୍‌ ଅକ୍ସିଜେନ ଖର୍ଚ୍ଚ ହେଉଛି। ପୋଲିସ ମହାନିର୍ଦ୍ଦେଶକ ଅଭୟ କୋଭିଡ୍‌ ନିୟମ ଉଲ୍ଲଂଘନ ପାଇଁ ବର୍ତ୍ତମାନ ସୁଦ୍ଧା ୨୮ କୋଟି ୯୧ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଥିବା ନେଇ ସୂଚନା ଦେଇଥିଲେ। ବୈଠକରେ ସମ୍ବଲପୁର, ବରଗଡ଼, ପୁରୀ ଜିଲାପାଳ ଓ କଟକ,ପୁରୀ ଓ ଭୁବନେଶ୍ୱର ମହାନଗର ନିଗମ କମିଶନର କୋଭିଡ୍‌ ପରିଚାଳନା ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକକୁ ୫-ଟି ସଚିବ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri