ସରକାର ସମସ୍ତ ସମ୍ବଳ ବିନିଯୋଗ କରିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ବ୍ୟୁରୋ): ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହା ହେଉଛି ଆମର ମୂଳମନ୍ତ୍ର। ଶିଶୁମାନଙ୍କୁ ଉପଯୁକ୍ତ ଚିକିତ୍ସା ନିଶ୍ଚିତ କରିବା ଲାଗି ରାଜ୍ୟ ସରକାର ସମସ୍ତ ଉପଲବ୍ଧ ସମ୍ବଳକୁ ବିନିଯୋଗ କରିବେ। ଶୁକ୍ରବାର ଶିଶୁ ବିଶେଷଜ୍ଞ ଡାକ୍ତରମାନଙ୍କ ତାଲିମ କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। କରୋନା ମହାମାରୀର ଦ୍ୱିତୀୟ ଲହରରେ ଲୋକଙ୍କ ଜୀବନ ବଞ୍ଚାଇଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଧନ୍ୟବାଦ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତୃତୀୟ ଲହର ପାଇଁ ଆମକୁ ସତର୍କତାର ସହ ପ୍ରସ୍ତୁତ ହେବାକୁ ପଡ଼ିବ। ଏହାର ପ୍ରଭାବ ପିଲାମାନଙ୍କ ଉପରେ ପଡ଼ିବା ସମ୍ଭାବନା ରହିଛି। ଶିଶୁମାନଙ୍କ ଯତ୍ନ ଲାଗି ରାଜ୍ୟ ସରକାର ଭିତ୍ତିଭୂମି, ଔଷଧ, ଯନ୍ତ୍ରପାତି ଆଦି ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତିି। ତେବେ ଡାକ୍ତରମାନଙ୍କ ତାଲିମ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଯଦି ସେଭଳି କିଛି ପରିସ୍ଥିତି ଆସେ ତେବେ ଏଥିପାଇଁ ଆମକୁ ପ୍ରସ୍ତୁତ ରହିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସଂକ୍ରମଣର ତୃତୀୟ ଲହରକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମେଡିକାଲ ଅଫିସର ଏବଂ ନର୍ସିଂ ଅଫିସରମାନଙ୍କ ତାଲିମ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଚେତନତା ପାଇଁ ଏକ ଭିଡିଓଚିତ୍ର ଏବଂ ଆଗଧାଡ଼ିର କର୍ମୀମାନଙ୍କ ନିମନ୍ତେ ଏକ ପକେଟ ବୁକ୍‌ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ଡାକ୍ତର ଓ ପାରାମେଡିକାଲ ଷ୍ଟାଫ୍‌ମାନଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମ ବିଶେଷ ଉପାଦେୟ ହୋଇପାରିବ। ଏହା ୫-ଟି ମଡ୍ୟୁଲରେ ପ୍ରସ୍ତୁତ କରାଯାଇଛି। ଟେକ୍ନୋଲୋଜି ଓ ଟିମ୍‌ ଓ୍ବାର୍କ ଉପରେ ଗୁରୁତ୍ୱ ଦିଆଯାଇଛି। ତାଲିମ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ, କଟକର ୩ ଜଣ ଲେଖାଏ ଡାକ୍ତରଙ୍କ ସହ ଭାବବିନିମୟ କରିଥିଲେ। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ମହିଳା ଓ ଶିଶୁ ବିକାଶ ବିଭାଗ ସଚିବ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିବା ବେଳେ ଇପିକଲ ଏମ୍‌ଡି ପୁନିଆ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri