ବାବୁଙ୍କ ଦକ୍ଷତା ମାପିବେ ସରକାର: ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ବିବିଧ ପ୍ରମାଣପତ୍ର ପ୍ରଦାନ ଓ ପୁରୁଣା ଆଇନକୁ ବନ୍ଦ କରିବା ଭଳି ୧୩ଟି ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ହେଲେ ଏବେ ବି ବିବିଧ ପ୍ରମାଣପତ୍ରଠାରୁ ଆରମ୍ଭ କରି ଦାଖଲ ଖାରଜମାମଲାର ଫଇସଲା ଏବଂ ଅନ୍ୟାନ୍ୟ ରାଜସ୍ବ ସେବା ପାଇବାରେ ଲୋକେ ହଇରାଣ ହରକତ ହେଉଛନ୍ତି। ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ତହସିଲଦାର ବାବୁମାନଙ୍କ ଦକ୍ଷତା ମପାଯିବ। କେଉଁ ତହସିଲଦାର କେଉଁସବୁ ମାମଲାକୁ ତ୍ୱରିତ ସମାଧାନ କରୁଛନ୍ତି ଏବଂ ତାହା ମଧ୍ୟରେ କେତେସବୁ ଗୁଣାତ୍ମକ ସେବା ରହିଛି ତାକୁ ଆଧାର କରି ର଼୍ୟାଙ୍କିଙ୍ଗ ପ୍ରଦାନ କରାଯିବ। ଯେଉଁ ତହସିଲଦାରମାନେ ଅଭ୍ୟାସଗତ ଭାବେ ଠକୁଥିବେ ସେମାନେ ଏହି ର଼୍ୟାଙ୍କିଙ୍ଗରେ ଧରାପଡ଼ିବେ ଏବଂ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାବାଦ୍‌ ଯେଉଁ ଅଧିକାରୀମାନେ ଭଲ ପ୍ରଦର୍ଶନ କରିବେ ସେମାନଙ୍କୁ ପ୍ରଶଂସାପତ୍ର ସହିତ ପଦୋନ୍ନତି ଦେବାର ମଧ୍ୟ ବ୍ୟବସ୍ଥା କରାଯିବ। ଏହାସହିତ ରାଜସ୍ବ ବିଭାଗରେ ଥିବା ପୁରୁଣା ମାମଲା ହଟାଇବା ସହିତ ରାଜସ୍ବ ସଂସ୍କାରକୁ ଲୋକାଭିମୁଖୀ କରିବାପାଇଁ ବିଭାଗ ଏଭଳି ପଦକ୍ଷେପ ଖୁବ୍‌ଶୀଘ୍ର ନେବ ବୋଲି ଜଣାଯାଇଛି।
ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ଓଡ଼ିଶା ସରକାରୀ ଭୂ-ପରିଚାଳନା ଆଇନରେ କେତେକ ସଂସ୍କାର ଅଣାଯିବାପାଇଁ ବିଭାଗ ପକ୍ଷରୁ କେତେକ ଦିଗ ଉପରେ ବିସ୍ତୃତ ଆଲୋଚନା ହୋଇଛି। ଏହାକୁ ନେଇ ଖୁବ୍‌ଶୀଘ୍ର ଏକ ଡ୍ରାଫ୍ଟ ପ୍ରସ୍ତୁତ କରାଯିବ ଏବଂ ଏହାକୁ ପରବର୍ତ୍ତୀ ପର୍ଯ୍ୟାୟରେ କ୍ୟାବିନେଟ୍‌ରେ ଅଣାଯିବ। ଆସନ୍ତା ବଜେଟ ଅଧିବେଶନ ପୂର୍ବରୁ ନୂତନ ଓଡ଼ିଶା ସରକାରୀ ଭୂ-ପରିଚାଳନା ଆଇନ ଆଣିବାକୁ ବିଭାଗ ଉଦ୍ୟମ କରୁଛି ବୋଲି ମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷରେ ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କ କହିବା କଥା ହେଲା, ତହସିଲଦାରଙ୍କୁ ରାଜସ୍ବ ବିଭାଗ ପକ୍ଷରୁ ନିକଟରେ ଅଣାଯାଇଥିବା ବିଭିନ୍ନ ରାଜସ୍ବ ସେବା ଓ ନୂତନ ଆଇନ କାର୍ଯ୍ୟକାରିତା ସମ୍ପର୍କରେ ଅବଗତ କରାଇବା ପାଇଁ ତାଲିମ ପ୍ରଦାନ କରାଯିବ। ପ୍ରତ୍ୟେକ ଦିନ ଅପରାହ୍ନ ୫ଟାରେ ଜିଲାସ୍ତରୀୟ ତହସିଲଦାର, ଭୂ-ବନ୍ଦୋବସ୍ତ ଅଧିକାରୀ, ଅତିରିକ୍ତ ଜିଲାପାଳ ଏବଂ ଜିଲାପାଳଙ୍କୁ ନେଇ ଏକ ଆଭାସୀ ବୈଠକ କରାଯିବ। ବୈଠକରେ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହିତ ଅତିରିକ୍ତ ମୁଖ୍ୟଶାସନ ସଚିବ ତଥା ଉନ୍ନୟନ ଆୟୁକ୍ତଙ୍କ ପର୍ଯ୍ୟନ୍ତ ଅଧିକାରୀ ରହିବେ। କେଉଁ ଦିନ କେଉଁ ଅଧିକାରୀଙ୍କୁ ନେଇ ଆଭାସୀ ବୈଠକ କରାଯିବ ତାହା ନିର୍ଦ୍ଦିଷ୍ଟ କରାଯିବ। ଏନେଇ ଖୁବ୍‌ଶୀଘ୍ର ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହେବ ବୋଲି ବିଭାଗ ପକ୍ଷରୁ ଜଣାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri