ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’ ଦେବାକୁ ପଡ଼ିବ ନାହିଁ। ଆଡ୍‌ମିଶନ ଫି’, ଡେଭଲପ୍‌ମେଣ୍ଟ ଫି’ ସମେତ ଯୋଜନାରେ ଅନ୍ତର୍ଭୁକ୍ତ ଅନ୍ୟାନ୍ୟ ଫି’ ସରକାର ବହନ କରିବେ। ତେବେ ପରୀକ୍ଷା ଫି’କୁ ଏହି ଯୋଜନାରେ ସାମିଲ କରାଯାଇନାହିଁ। ଫଳରେ ବିଶ୍ୱବିଦ୍ୟାଳୟର ନିୟମ ଅନୁଯାୟୀ ପରୀକ୍ଷା ଫି’ ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବ। କେଜିରୁ ପିଜି ମାଗଣା ଶିକ୍ଷା ନେଇ ସରକାରଙ୍କ ଘୋଷଣା ପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ‘ଜ୍ଞାନଦୋୟ-ଶିକ୍ଷାରୁ ସମୃଦ୍ଧି’ ଯୋଜନା ସମ୍ପର୍କିତ ବିସ୍ତୃତ ମାର୍ଗଦର୍ଶିକା ବା ଏସ୍‌ଓପି ଜାରି କରାଯାଇଛି। ନାମଲେଖା ଫି’ ଭଳି ଛାତ୍ରୀଛାତ୍ରଙ୍କଠାରୁ ଆଉ କେତେକ ଫି’ ଆଦାୟ କରିପାରିବେ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ। ସେମିନାର, ପରୀକ୍ଷା, ଶୈକ୍ଷିକ ଭ୍ରମଣ, ଆଲୁମ୍‌ନି ଆସୋସିଏଶନ ଭଳି କାର୍ଯ୍ୟକ୍ରମ ପାଇଁ ଫି’ ଆଦାୟ କରିବାକୁ ଉଚ୍ଚଶିକ୍ଷା ବିଭାଗ ଅନୁମତି ଦେଇଛି। ଯୋଜନାର ସୁବିଧା ପାଇବା ପାଇଁ ଛାତ୍ରୀଛାତ୍ରଙ୍କ ୭୫% ଉପସ୍ଥାନ ବାଧ୍ୟତାମୂଳକ କରାଯାଇଛି। ବିଶେଷ ପରିସ୍ଥିତିରେ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଅନୁମତି ଦେଲେ ଉପସ୍ଥାନ ହାର କମାଯାଇପାରିବ। ୬୫%ରୁ କମ୍‌ ଉପସ୍ଥାନ ଥିବା କିମ୍ବା ଯୋଜନା ପାଇଁ ଅଯୋଗ୍ୟ ଛାତ୍ରୀଛାତ୍ରଙ୍କ ଫି’ ସରକାର ବହନ କରିବେ ନାହିଁ। ତେବେ ଏଭଳି ଛାତ୍ରୀଛାତ୍ରଙ୍କ ନାମଲେଖା ଓ ଅନ୍ୟାନ୍ୟ ଫି’ କିପରି ଏବଂ କେବେ ଆଦାୟ କରାଯିବ, ସେନେଇ ଏସ୍‌ଓପିରେ ସ୍ପଷ୍ଟ କରାଯାଇନାହିଁ। ୨୦୨୬-୨୭ ଶିକ୍ଷାବର୍ଷରେ ନାମଲେଖା ପାଇଁ ସାମ୍‌ସ ୱେବ୍‌ସାଇଟ୍‌ରେ ପୂର୍ବରୁ ନିର୍ଦ୍ଧାରିତ ଫି’ ଅନୁଯାୟୀ ସରକାର ଅନୁଦାନ ପ୍ରଦାନ କରିବେ। ସେହିପରି ୨୦୨୫-୨୬ ଶିକ୍ଷାବର୍ଷରେ ଧାର୍ଯ୍ୟ ହୋଇଥିବା ପୁନଃନାମଲେଖା ଫି’ ଆଧାରରେ ଚଳିତବର୍ଷ ଅନୁଦାନ ଦିଆଯିବ। କୌଣସି ଶିକ୍ଷାନୁଷ୍ଠାନ ନିଜ ଇଚ୍ଛାରେ ଏହି ଫି’ ପରିବର୍ତ୍ତନ କରିପାରିବେ ନାହିଁ। ଆଗକୁ ଫି’ ବୃଦ୍ଧି ନିଷ୍ପତ୍ତି ପାଇଁ ରାଜ୍ୟସ୍ତରରେ ଏକ ଫି’ ରେଗୁଲେଶନ କମିଟି ଗଠନ କରାଯିବ। ଉଚ୍ଚଶିକ୍ଷା ବିଭାଗର ସଚିବ ଏହି କମିଟିର ଅଧ୍ୟକ୍ଷ ରହିବେ। ଅର୍ଥ ବିଭାଗ, ଯୋଜନା ଓ ସଂଯୋଜନ ବିଭାଗ ଏବଂ ଗଣଶିକ୍ଷା ବିଭାଗରୁ ଜଣେ ଲେଖାଏ ସଦସ୍ୟ ରହିବେ। ଏଥିସହ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଦୁଇଜଣ ସଦସ୍ୟ, ଦୁଇଜଣ ଲେଖାଏ କୁଳପତି, ସରକାରୀ କଲେଜର ଅଧ୍ୟକ୍ଷ, ବେସରକାରୀ ଅନୁଦାନପ୍ରାପ୍ତ କଲେଜ ଅଧ୍ୟକ୍ଷ ଏବଂ ଉଚ୍ଚଶିକ୍ଷା ବିଭାଗର ଅଧିକାରୀ କମିଟିରେ ସଦସ୍ୟ ରହିବେ ବୋଲି ଏସ୍‌ଓପିରେ ଉଲ୍ଲେଖ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?