Posted inଜାତୀୟ

ପୁରୋହିତ, ବରିଷ୍ଠ ସନ୍ଥଙ୍କ ପାଇଁ ଯୋଗୀଙ୍କ ନୂଆ ଯୋଜନା

ଲକ୍ଷ୍ନୌ,୨୧ ।୪: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ପୁରୋହିତ ଓ ବରିଷ୍ଠ ସନ୍ଥଙ୍କ ଲାଭକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ‘ପୁରୋହିତ କଲ୍ୟାଣ ବୋର୍ଡ’ ଗଠନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଏହାସହ ସେ ଟୁଇଟ୍ କରି କହିଛନ୍ତି, ସମସ୍ତ ସଂସ୍କୃତ ବିଦ୍ୟାଳୟରେ ପଢୁଥିବା ଛାତ୍ରଙ୍କୁ ବିଶେଷ ଛାତ୍ରବୃତ୍ତି ବ୍ୟବସ୍ଥା କରିବାକୁ ଯାଉଛୁ । ସୂଚନାଯୋଗ୍ୟ, କଥାବ୍ୟାସ ଶାସ୍ତ୍ରୀ ଶିବାକାନ୍ତ ମହାରାଜ କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟି ପୂଜାରୀ, ପୁରୋହିତଙ୍କ ହିତ କଥା ଉଠାଇଥିଲେ । ଏବେ ମୁଖ୍ୟମନ୍ତ୍ରୀ ପୁରୋହିତ କଲ୍ୟାଣ ବୋର୍ଡ ଓ ସଂସ୍କୃତ ବିଦ୍ୟାଳୟର ଛାତ୍ରଙ୍କୁ ଛାତ୍ର ବୃତ୍ତି କଥା ଘୋଷଣା କରିବା ପରେ ଶିବାକାନ୍ତ ମହାରାଜ ଯୋଗୀଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହା ପୂର୍ବରୁ ଯୋଗୀ ଆଦିତ୍ୟନାଥ ରାୟବରେଲିରେ ଏକ ଜନସଭାକୁ ସମ୍ବୋଧନ ଦେବା ସମୟରେ କହିଥିଲେ ନିର୍ବାଚନ ଫଳାଫଳ ଆସିବା ପରେ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ରାଜ୍ୟରେ ପୁରୋହିତ କଲ୍ୟାଣ ବୋର୍ଡ ଗଠନ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri