ଦୈନିକ ସଂକ୍ରମଣ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୩୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାର ଟପିଛି। ଏହା ୩ ହଜାର ୬୮୮ରେ ପହଞ୍ଚିଛି।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫୦ ରହିଛି। ଏହି ସମୟରେ ସକ୍ରିୟ ମାମଲା ୧୮ ହଜାର ଟପିଛି। ଏହା ୧୮ ହଜାର ୬୮୪ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୭୫୫ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୩ ହଜାର ୮୦୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୭୫ ହଜାର ୮୬୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୩୩ ହଜାର ୩୭୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୧,୬୦୭ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୬୨୪ ଜଣ, କେରଳରେ ୪୧୨ ଜଣ, ଉତ୍ତରପ୍ରଦେଶରେ ୨୯୩ ଜଣ, ମହାରାଷ୍ଟ୍ରରେ ୧୪୮ ଜଣ କର୍ନାଟକରେ ୧୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୮ କୋଟି ୯୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୧ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri