Posted inଜାତୀୟ

ସରକାରଙ୍କୁ ଘାରିଛି ଭୋଟ ଚିନ୍ତା, କୁସ୍ତିଯୋଦ୍ଧାଙ୍କ ସମସ୍ୟା ତାଙ୍କ ପାଇଁ ନୁହେଁ ଗୁରୁତ୍ୱପୂର୍ଣ୍ଣ: ସିବଲ…

ନୂଆଦିଲ୍ଲୀ,୩୧।୫ : ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ଅଧ୍ୟକ୍ଷ ବ୍ରିଜ ଭୂଷଣ ସିଂଙ୍କ ବିରୋଧରେ କୁସ୍ତିଯୋଦ୍ଧାଙ୍କ ଦ୍ୱାରା ଯୌନ ଶୋଷଣ ଅଭିଯୋଗ ଉପରେ ରାଜ୍ୟସଭା ଏମପି କପିଲ ସିବଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କେନ୍ଦ୍ର ସରକାରଙ୍କୁ ପଚାରିଛନ୍ତି ବ୍ରିଜ ଭୂଷଣ ଭାଜପା ସହ ଜଡିତ ଥିବାରୁ ତାଙ୍କ ବ୍ୟତୀତ ଅନ୍ୟ ସମସ୍ତ ଅଭିଯୁକ୍ତଙ୍କ ପାଇଁ ପୋକ୍ସୋ ଆଇନ ପ୍ରଯୁଜ୍ୟ ଏବଂ ସେମାନଙ୍କୁ ତୁରନ୍ତ ଗିରଫ ମଧ୍ୟ କରାଯାଇଥାଏ। ଏଭଳି କାର୍ଯ୍ୟ ଯୁକ୍ତିଯୁକ୍ତ କି?

ସରକାରଙ୍କୁ ଭୋଟ ଚିନ୍ତା ଘାରିଛି। କୁସ୍ତିଯୋଦ୍ଧାଙ୍କ ସମସ୍ୟା ତାଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନୁହେଁ । ବାସ୍ତବରେ, ଅନ୍ତର୍ଜାତୀୟ ସ୍ତରରେ ପଦକ ଜିତିଥିବା କୁସ୍ତିଯୋଦ୍ଧାମାନେ ନିଜ ପଦକ ବିସର୍ଜନ କରିବାକୁ ହରିଦ୍ୱାରକୁ ଯାଉଥିଲେ। କିନ୍ତୁ କୃଷକ ନେତା ରାକେଶ ଟିକାଏତ ସେମାନଙ୍କୁ ତାହା କରିବାରୁ ଅଟକାଇଥିଲେ। ତେବେ ଏହା ପରେ କୁସ୍ତିଯୋଦ୍ଧାମାନେ ସରକାରଙ୍କୁ ପାଞ୍ଚ ଦିନ ସମୟ ଦେଇଛନ୍ତି।

ଅଲିମ୍ପିକ ପଦକ ବିଜେତା ସାକ୍ସି ମଲିକ, ବଜରଙ୍ଗ ପୁନିଆ ଏବଂ ଏସୀୟ ଗେମ୍ସର ପଦକ ବିଜେତା ବିନେଶ ଫୋଗେଟ ହରି କି ପୌରୀରେ ପହଞ୍ଚି ବ୍ରିଜ ଭୂଷଣ ସିଂଙ୍କ ବିରୋଧରେ ପ୍ରଦର୍ଶନ କରିଥିଲେ।

ସିବଲ ଏକ ଟୁଇଟରେ କହିଛନ୍ତି ବ୍ରିଜ ଭୂଷଣ ସିଂଙ୍କ ବ୍ୟତୀତ ସମସ୍ତ ଅଭିଯୁକ୍ତଙ୍କ ପାଇଁ ୧୬୪ ବିବୃତ୍ତି ପରେ ଏବଂ ପୋକ୍ସୋ ମାମଲାରେ ଗିରଫଦାରୀ ପ୍ରଯୁଜ୍ୟ। କିନ୍ତୁ ବ୍ରିଜ ଭୂଷଣଙ୍କ କ୍ଷେତ୍ରରେ ଏହା ଲାଗୁ ହେଉନାହିଁ। କାରଣ ସେ ଭାଜପାରୁ ଆସିଛନ୍ତି। ତାଙ୍କର ସେଥି ପ୍ରତି ଚିନ୍ତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri