Posted inଜାତୀୟ

‘ଭାଜପା ରାଷ୍ଟ୍ର’ କରିବା ହେଉଛି ସରକାରଙ୍କ ଲକ୍ଷ୍ୟ: ମେହବୁବା ମୁଫତି

ଶ୍ରୀନଗର,୧୪।୩: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତି ସୀମାନ୍ତ ଜିଲା ପୁଞ୍ଚରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କେନ୍ଦ୍ର ସରକାର ଏବଂ ଭାଜପା ଉପରେ ବର୍ଷିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ଦେଶକୁ ହିନ୍ଦୁ ରାଷ୍ଟ୍ର କରିବା ନୁହେଁ ବରଂ ଏହାକୁ ‘ଭାଜପା ରାଷ୍ଟ୍ର’ କରିବା ହେଉଛି ସରକାରଙ୍କ ଲକ୍ଷ୍ୟ। ଭାରତୀୟ ଜନତା ପାର୍ଟି ଭାରତକୁ ‘ଭାଜପା ରାଷ୍ଟ୍ର’ କରିବା ପାଇଁ ବିରୋଧୀ ଦଳ ଉପରେ ଆକ୍ରମଣ କରୁଛି। ଏଥିରେ ତାଙ୍କ ଦଳ (ପିଡିପି) ଚୁପ ରହିବ ନାହିଁ।
ମେହବୁବା ମୁଫତି ଆହୁରି ମଧ୍ୟ କହିଛନ୍ତି, ସେମାନେ (ଭାଜପା) ଭାରତକୁ ହିନ୍ଦୁ ରାଷ୍ଟ୍ର କରିବା ସପକ୍ଷରେ ନାହାଁନ୍ତି କିନ୍ତୁ ଏହାକୁ ଏକ ଭାଜପା ରାଷ୍ଟ୍ର କରିବା ପାଇଁ ସେମାନଙ୍କର ଉଦ୍ଦେଶ୍ୟ ରହିଛି, ଯେଉଁଠାରେ ସେମାନଙ୍କୁ ଅନୁସରଣ କରୁଥିବା ସମସ୍ତଙ୍କୁ ସ୍ବାଗତ କରାଯିବ। ଲୋକଙ୍କ ଦୁଃଖଦ ଚେହେରା ଜମ୍ମୁ କଶ୍ମୀରରେ ପରିସ୍ଥିତିକୁ ପ୍ରତିଫଳିତ କରୁଛି। ଏଠାରେ ହଜାର ହଜାର ଯୁବକ ଜେଲରେ ଅଛନ୍ତି ଏବଂ ଭୟର ବାତାବରଣ ସୃଷ୍ଟି ହୋଇଛି। ଦେଶର ସମସ୍ତ ରାଜନୈତିକ ଦଳ ଜାଗ୍ରତ ହୁଅନ୍ତୁ। ଆମେ ଚୁପ ରହିବା ନାହିଁ ଏବଂ ଲୋକଙ୍କ ପାଇଁ ଲଢିବା। ଧାରା ୩୭୦ ରଦ୍ଦ କରିବା ଅସାମ୍ବିଧାନିକ କିନ୍ତୁ ଅଧିକାଂଶ ନେତା ଚୁପ ରହିଛନ୍ତି। ଆମେ ଧାରା ୩୭୦କୁ ସୁଧ ସହିତ ଫେରାଇ ଆଣିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri