Posted inଜାତୀୟ

ସରକାର ଆର୍ଥିକ ଅସମାନତା ବଢ଼ାଉଛନ୍ତି: କଂଗ୍ରେସ

ନୂଆଦିଲ୍ଲୀ,୧୮।୧(ପି.ଟି.): ଭାଜପା ନେତୃତ୍ୱାଧୀନ ସରକାର ଦେଶରେ ଆର୍ଥିକ ଅସମାନତା ବଢ଼ାଉଥିବା କଂଗ୍ରେସ ମଙ୍ଗଳବାର ଅଭିଯୋଗ କରିଛି। ଦେଶର ୧ ପ୍ରତିଶତ ଅତି ଧନୀଙ୍କ ପାଖରେ ଦେଶ ସମ୍ପତ୍ତିର ୪୦ ପ୍ରତିଶତ ରହିଥିବାବେଳେ ତଳସ୍ତରରେ ଥିବା ୫୦ ପ୍ରତିଶତଙ୍କ ପାଖରେ ମାତ୍ର ୩ ପ୍ରତିଶତ ସମ୍ପତ୍ତି ରହିଥିବା ସୋମବାର ଡାଭୋସରେ ଅନୁଷ୍ଠିତ ବିଶ୍ୱ ଅର୍ଥନୀତି ଫୋରମ୍‌ର ବାର୍ଷିକ ସମ୍ମିଳନୀରେ ଅକ୍ସଫାମ୍‌ ଇଣ୍ଟରନ୍ୟାଶନାଲ ଦାଖଲ କରିଥିବା ରିପୋର୍ଟରେ କୁହାଯାଇଥିଲା। ଭାରତରେ ଭାଜପା ଧନୀ ଓ ଦରିଦ୍ରଙ୍କ ମଧ୍ୟରେ ତାରତମ୍ୟ ଏତେ ବଢ଼ାଇ ଦେଇଛି ଯେ ସାଧାରଣ ଲୋକେ ରସାତଳଗାମୀ ହୋଇଗଲେଣି ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ଆର୍ଥତ୍କ ଅସମାନତାର ତାରତମ୍ୟ ପୂରଣ କରିବା ଲାଗି ଭାରତ ଯୋଡ଼ୋ ଯାତ୍ରା କରାଯାଉଥିବା ଖାର୍ଗେ ଟୁଇଟ୍‌ କରିଛନ୍ତି। ଦେଶରେ ଦାରିଦ୍ର୍ୟ ବଢ଼ାଉଥିବା ସରକାରଙ୍କ ନୀତି ବିରୋଧରେ ଭାରତ ଯୋଡ଼ୋ ଯାତ୍ରା ଲୋକଙ୍କ ସ୍ବର ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। କଂଗ୍ରେସ ନେତୃତ୍ୱାଧୀନ ଉପା ସରକାର ୨୦ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରିଥିଲା। ପ୍ରଧାନମନ୍ତ୍ରୀଙ୍କ ଦାରିଦ୍ର୍ୟ ବୃଦ୍ଧି ନୀତି ଯୋଗୁ ଦେଶରେ ଗରିବୀ ବଢ଼ୁଛି। ମୋଦି ସରକାର ଅଳ୍ପ କେତେଜଣ ଧନୀଙ୍କ ପାଇଁ କାର୍ଯ୍ୟ କରୁଛି। ୨୧ ଜଣ ଧନୀ ଭାରତୀୟଙ୍କ ପାଖରେ ଥିବା ସମ୍ପତ୍ତି ୭୦ କୋଟି ଲୋକଙ୍କ ସମ୍ପତ୍ତିଠାରୁ ଅଧିକ ବୋଲି କଂଗ୍ରେସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri