ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପସଭାପତି ଡଃ ପ୍ରଶାନ୍ତ କୁମାର ଶତପଥୀ, ସାଧାରଣ ସମ୍ପାଦକ ସୋମନାଥ ସାହୁ, ସମ୍ପାଦକ ସନ୍ତୋଷ କୁମାର ବାଡ଼ତ୍ୟା, କାର୍ଯ୍ୟକାରୀ ସଭାପତି କିଶୋର ଚନ୍ଦ୍ର ପାଢ଼ୀ ଓ କୋଷାଧ୍ୟକ୍ଷ ଜି. ପାପାରାଓ ମଞ୍ଚାସୀନ ରହି ସମାଜ ଗଠନରେ ଅବସରପ୍ରାପ୍ତ କର୍ମଚାରୀଙ୍କ ଅଭିଜ୍ଞତାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ବୈଠକରେ ଆସନ୍ତା ୩୦ ତାରିଖ (ମାସର ଶେଷ ରବିବାର) ଦିନ ସଂଘର ବାର୍ଷିକ ଉତ୍ସବ ପାଳନ କରିବା ସହ ଗଞ୍ଜାମ ଜିଲାର ସମସ୍ତ ବ୍ଲକର ଅବସରପ୍ରାପ୍ତ କର୍ମଚାରୀ ସଂଘର କର୍ମକର୍ତ୍ତାଙ୍କୁ ନିମନ୍ତ୍ରଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏଥିସହିତ ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବାକୁ ସ୍ଥିର କରାଗଲା।

ଏହି କାର୍ଯ୍ୟକ୍ରମରେ ସର୍ବଶ୍ରୀ ବିଶ୍ୱମ୍ବର ରଥ, ଅଶ୍ୱିନୀ କୁମାର ଚୌଧୁରୀ, କାଶୀନାଥ ସାହୁ, ଏନ୍‌. ରାମରାଓ, ରଘୁନାଥ ସାହୁ, ବିଜୟ କୁମାର ନନ୍ଦ, ସୁକାନ୍ତ କୁମାର ଜେନା, ପ୍ରମୋଦ କୁମାର ପଟ୍ଟନାୟକ, ସିମାଦ୍ରୀ ଚୌଧୁରୀ, ବିଜୟ କୁମାର ବେହେରା, କେ. କ୍ରିଷ୍ଣା ରାଓ, ଲକ୍ଷ୍ମୀନାରାୟଣ ପାତ୍ର, ରବୀନ୍ଦ୍ର କୁମାର ଦାଶ, ପୀତବାସ ପାଣିଗ୍ରାହୀ, ଅସିତ କୁମାର ପଟ୍ଟନାୟକ, ମଙ୍ଗଳା ଚାରଣ ପଣ୍ଡା, ଦଣ୍ଡପାଣି ରାଉଳ, ଭାସ୍କର ବେହେରା, ରମାକାନ୍ତ ପଣ୍ଡା, ପି. ଆଦେୟା, ନୃସିଂହ ପ୍ରସାଦ ପଶୁପାଳକ ଓ ହରିକୃଷ୍ଣ ସାହୁଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ସଦସ୍ୟ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri