Posted inଜାତୀୟ

ସରକାରଙ୍କ ପଛଘୁଞ୍ଚା

ନୂଆଦିଲ୍ଲୀ, ୨୧।୧(ପି.ଟି.):ନୂଆ କୃଷି ଆଇନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ କୃଷକଙ୍କ ଆନ୍ଦୋଳନ ୫୮ ଦିନରେ ପହଞ୍ଚିଥିବାବେଳେ ଏଥିରେ ବ୍ୟତିବ୍ୟସ୍ତ ହୋଇ ସରକାର ପଛଘୁଞ୍ଚା ଦେଇଛନ୍ତି। ଶେଷରେ ନୂଆ କୃଷି ଆଇନକୁ ୧୮ ମାସ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ କେନ୍ଦ୍ର ସରକାର ପ୍ରସ୍ତୁତ ଥିବା ବୁଧବାର କୃଷକ ନେତାମାନଙ୍କ ସହ ଆଲୋଚନା ବେଳେ କହିଛନ୍ତି। ଆଇନ ଏବଂ ଏହାକୁ ନେଇ ସୃଷ୍ଟ ଅଚଳାବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ଏକ ମିିଳିତ କମିଟି ଗଠନ ଲାଗି ମଧ୍ୟ ସରକାର ରାଜି ହୋଇଛନ୍ତି। ତେବେ ସରକାର ଦେଇଥିବା ପ୍ରସ୍ତାବଗୁଡ଼ିକୁ ଚାଷୀ ସଂଗଠନଗୁଡ଼ିକ ଗ୍ରହଣ କରିନାହାନ୍ତି। ସେମାନେ ଏହା ଉପରେ ବିଚାର କରିବେ ବୋଲି କହିଛନ୍ତି। ଗୁରୁବାର ଚାଷୀ ସଂଗଠନଗୁଡ଼ିକ ପରସ୍ପର ମଧ୍ୟରେ ଆଲୋଚନା କରିବେ। ଆସନ୍ତା ୨୨ ତାରିଖରେ କେନ୍ଦ୍ର ସରକାର ଓ କୃଷକ ସଂଗଠନ ମଧ୍ୟରେ ପରବର୍ତ୍ତୀ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ ହେବ।
ନୂଆଦିଲ୍ଲୀର ବିଜ୍ଞାନ ଭବନରେ ବୁଧବାର ଚାଷୀ ସଂଗଠନର ପ୍ରତିନିଧି ଓ ସରକାରଙ୍କ ମଧ୍ୟରେ ୫ ଘଣ୍ଟା ଧରି ଆଲୋଚନା ହୋଇଥିଲା। ଆଇନକୁ ସ୍ଥଗିତ ରଖିବା ଲାଗି ସରକାର ପ୍ରସ୍ତାବ ଦେଇଥିବାବେଳେ କୃଷକ ନେତାମାନେ ଏଥିରେ ରାଜି ହୋଇ ନ ଥିଲେ। ତଥାପି ଗୁରୁବାର ଏହା ଉପରେ ବିଚାର କରିବାକୁ ସେମାନେ କହିଥିବା ଭାରତୀୟ କିଷାନ ୟୁନିୟନ (ଉଗ୍ରହଣ)ର ସଭାପତି ଯୋଗୀନ୍ଦର ସିଂ ଉଗ୍ରହଣ ସୂଚନା ଦେଇଛନ୍ତି। ସରକାର ଏକ ମିଳିତ କମିଟି ଗଠନ କରିବାକୁ ପ୍ରସ୍ତାବ ଦେଇଥିଲେ। ଉକ୍ତ କମିଟି ନିଷ୍ପତ୍ତି ଅନୁଯାୟୀ ନିର୍ଦ୍ଦିଷ୍ଟ ସମୟ ପାଇଁ ଆଇନକୁ ସ୍ଥଗିତ ରଖିବା ନେଇ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରାଯିବ। ୩ କୃଷି ଆଇନ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନଗୁଡ଼ିକ ଅଟଳ ରହିଛନ୍ତି। ତେବେ ସରକାରଙ୍କ ପ୍ରସ୍ତାବ ଉପରେ ବିଚାର କରି ପରବର୍ତ୍ତୀ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ଜଣାଇବେ ବୋଲି କହିଛନ୍ତି।
ଆଲୋଚନା ବେଳେ ଆଇନରେ ସଂଶୋଧନ ପାଇଁ ସରକାର ପ୍ରସ୍ତାବ ଦେଇଥିଲେ ହେଁ କୃଷକ ସଂଗଠନ ଏହାକୁ ଗ୍ରହଣ କରି ନ ଥିଲା। ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ଆଇନଗତ ଗ୍ୟାରେଣ୍ଟି ପ୍ରସଙ୍ଗରେ ଆଲୋଚନାକୁ କେନ୍ଦ୍ର ଏଡାଇଯାଇଥିବା କୃଷକ ନେତାମାନେ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ କୃଷି ଆଇନକୁ ନେଇ ଅଚଳାବସ୍ଥା ଲାଗି ରହିଥିବାବେଳେ ଦିଲ୍ଲୀ ସୀମାରେ ଚାଷୀଙ୍କ ଆନ୍ଦୋଳନ ଦୁଇମାସରେ ପହଞ୍ଚତ୍ବାକୁ ଯାଉଛି। ଉକ୍ତ ଆଇନ ବିରୋଧରେ ଏକାଧିକ ପିଟିଶନ୍‌ର ଶୁଣାଣି କରି ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହାକୁ ସ୍ଥଗିତ ରଖିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଅଚଳାବସ୍ଥାର ସମାଧାନ ଲାଗି ସର୍ବୋଚ୍ଚ ଅଦାଲତ ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। କେତେଜଣ କୃଷକଙ୍କ ପାଖକୁ ଏନ୍‌ଆଇଏ ନୋଟିସ୍‌ ପଠାଇଥିବାରୁ ଆଲୋଚନା ବେଳେ ଚାଷୀ ନେତାମାନେ ଉକ୍ତ ପ୍ରସଙ୍ଗ ଉଠାଇଥିଲେ। ଏ ସମ୍ପର୍କରେ ଅନୁଧ୍ୟାନ କରିବେ ବୋଲି ସରକାରଙ୍କ ପ୍ରତିନିଧିମାନେ କହିଥିଲେ। ସରକାରଙ୍କ ପକ୍ଷରୁ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ରେଳ ଓ ବାଣିଜ୍ୟ ମନ୍ତ୍ରୀ ପୀୟୂଷ ଗୋୟଲ ଏବଂ ବାଣିଜ୍ୟ ରାଷ୍ଟ୍ରମନ୍ତ୍ରୀ ତଥା ପଞ୍ଜାବ ଏମ୍‌ପି ସୋମ ପ୍ରକାଶ ଆଲୋଚନାରେ ଭାଗ ନେଇଥିଲେ। ଏହା ପୂର୍ବରୁ ସେମାନେ ବରିଷ୍ଠ ଭାଜପା ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଥିଲେ। ଦଶମ ପର୍ଯ୍ୟାୟ ଆଲୋଚନା ୧୯ରେ ହେବା ପାଇଁ ପୂର୍ବରୁ ସ୍ଥିର ହୋଇଥିବାବେଳେ ପରେ ଏହାକୁ ବୁଧବାରକୁ ଘୁଞ୍ଚାଇ ଦିଆଯାଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri