ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୩୬ ସୁଦ୍ଧା ୫୦% ଓ ୨୦୪୭ ସୁଦ୍ଧା ୬୦% ସାମଗ୍ରିକ ଶିକ୍ଷା ଅନୁପାତକୁ ସୁନିଶ୍ଚିତ କରାଯିବ। ଶିକ୍ଷାନୁଷ୍ଠାନଗୁଡ଼ିକରେ ଲିଙ୍ଗଗତ ସମାନତା ଓ ପଛୁଆ ବର୍ଗରୁ ଆସୁଥିବା ଛାତ୍ରୀଛାତ୍ରଙ୍କ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରାଧାନ୍ୟ ଦିଆଯିବ। ସ୍ନାତକ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କ ପାଇଁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ପ୍ରତି ବ୍ଲକରେ ୨ଟି ଉଚ୍ଚଶିକ୍ଷାନୁଷ୍ଠାନ (କଲେଜ) ଏବଂ ପ୍ରତି ଜିଲାରେ ଅନ୍ତତଃ ଗୋଟିଏ ବୈଷୟିକ ଗବେଷଣାଭିତ୍ତିକ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବ। ରାଜ୍ୟର ୨ଟି ଶିକ୍ଷାନୁଷ୍ଠାନକୁ ବିଶ୍ୱର ଶ୍ରେଷ୍ଠ ୫୦୦ ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନିତ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।
ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ (ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା)କୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଶ୍ୱବିଦ୍ୟାଳୟ କୁଳପତି, ମହାବିଦ୍ୟାଳୟ ଅଧ୍ୟକ୍ଷ ଓ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ ପାଇଁ ଶୁକ୍ରବାର ଏକ କର୍ମଶାଳା କୃଷି ଭବନଠାରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ସୂରଜ ଯୋଗଦେଇ କହିଥିଲେ, ଉଚ୍ଚଶିକ୍ଷାନୁଷ୍ଠାନରେ ନାମ ଲେଖାଇବା ପାଇଁ ଏସ୍‌ଇବିସି ଛାତ୍ରୀଛାତ୍ରଙ୍କ ଲାଗି ୧୧.୨୫% ଆସନ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି। ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଶିକ୍ଷକଙ୍କ ପ୍ରତ୍ୟକ୍ଷ ନିଯୁକ୍ତି ସମୟରେ ଏକକ ସଂରକ୍ଷଣ ପଦ୍ଧତିକୁ ଅନୁସରଣ କରିବା ନିମନ୍ତେ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ (ଶିକ୍ଷକ କ୍ୟାଡ଼ର ସଂରକ୍ଷଣ) ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଛିି। ବିଦେଶ ଶିକ୍ଷାବୃତ୍ତି ଯୋଜନା ମାଧ୍ୟମରେ ୧୨ଲକ୍ଷରୁ କମ୍‌ ଆୟ ଥିବା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ପରିବାରର ଛାତ୍ରୀଛାତ୍ରଙ୍କୁ ବିଦେଶରେ ପାଠ ପଢିବା ପାଇଁ ବାର୍ଷିକ ସର୍ବାଧିକ ୨୫ ଲକ୍ଷ ଓ ୨ ବର୍ଷରେ ସର୍ବାଧିକ ୫୦ ଲକ୍ଷ ଟଙ୍କାର ଛାତ୍ରବୃତ୍ତି ପ୍ରଦାନର ବ୍ୟବସ୍ଥା ରହିଛି। ‘ସମସ୍ତଙ୍କ ପାଇଁ ଶିକ୍ଷା, ସମସ୍ତଙ୍କ ପାଇଁ ଉଚ୍ଚଶିକ୍ଷା’ ଆମର ଲକ୍ଷ୍ୟ। ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଗଠନ ଲକ୍ଷ୍ୟ ପୂରଣରେ ଶୈକ୍ଷିକ ସମାଜ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ମତପ୍ରକାଶ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri