ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୩୬ ସୁଦ୍ଧା ୫୦% ଓ ୨୦୪୭ ସୁଦ୍ଧା ୬୦% ସାମଗ୍ରିକ ଶିକ୍ଷା ଅନୁପାତକୁ ସୁନିଶ୍ଚିତ କରାଯିବ। ଶିକ୍ଷାନୁଷ୍ଠାନଗୁଡ଼ିକରେ ଲିଙ୍ଗଗତ ସମାନତା ଓ ପଛୁଆ ବର୍ଗରୁ ଆସୁଥିବା ଛାତ୍ରୀଛାତ୍ରଙ୍କ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରାଧାନ୍ୟ ଦିଆଯିବ। ସ୍ନାତକ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କ ପାଇଁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ପ୍ରତି ବ୍ଲକରେ ୨ଟି ଉଚ୍ଚଶିକ୍ଷାନୁଷ୍ଠାନ (କଲେଜ) ଏବଂ ପ୍ରତି ଜିଲାରେ ଅନ୍ତତଃ ଗୋଟିଏ ବୈଷୟିକ ଗବେଷଣାଭିତ୍ତିକ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବ। ରାଜ୍ୟର ୨ଟି ଶିକ୍ଷାନୁଷ୍ଠାନକୁ ବିଶ୍ୱର ଶ୍ରେଷ୍ଠ ୫୦୦ ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନିତ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।
ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ (ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା)କୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଶ୍ୱବିଦ୍ୟାଳୟ କୁଳପତି, ମହାବିଦ୍ୟାଳୟ ଅଧ୍ୟକ୍ଷ ଓ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ ପାଇଁ ଶୁକ୍ରବାର ଏକ କର୍ମଶାଳା କୃଷି ଭବନଠାରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ସୂରଜ ଯୋଗଦେଇ କହିଥିଲେ, ଉଚ୍ଚଶିକ୍ଷାନୁଷ୍ଠାନରେ ନାମ ଲେଖାଇବା ପାଇଁ ଏସ୍‌ଇବିସି ଛାତ୍ରୀଛାତ୍ରଙ୍କ ଲାଗି ୧୧.୨୫% ଆସନ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି। ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଶିକ୍ଷକଙ୍କ ପ୍ରତ୍ୟକ୍ଷ ନିଯୁକ୍ତି ସମୟରେ ଏକକ ସଂରକ୍ଷଣ ପଦ୍ଧତିକୁ ଅନୁସରଣ କରିବା ନିମନ୍ତେ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ (ଶିକ୍ଷକ କ୍ୟାଡ଼ର ସଂରକ୍ଷଣ) ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଛିି। ବିଦେଶ ଶିକ୍ଷାବୃତ୍ତି ଯୋଜନା ମାଧ୍ୟମରେ ୧୨ଲକ୍ଷରୁ କମ୍‌ ଆୟ ଥିବା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ପରିବାରର ଛାତ୍ରୀଛାତ୍ରଙ୍କୁ ବିଦେଶରେ ପାଠ ପଢିବା ପାଇଁ ବାର୍ଷିକ ସର୍ବାଧିକ ୨୫ ଲକ୍ଷ ଓ ୨ ବର୍ଷରେ ସର୍ବାଧିକ ୫୦ ଲକ୍ଷ ଟଙ୍କାର ଛାତ୍ରବୃତ୍ତି ପ୍ରଦାନର ବ୍ୟବସ୍ଥା ରହିଛି। ‘ସମସ୍ତଙ୍କ ପାଇଁ ଶିକ୍ଷା, ସମସ୍ତଙ୍କ ପାଇଁ ଉଚ୍ଚଶିକ୍ଷା’ ଆମର ଲକ୍ଷ୍ୟ। ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଗଠନ ଲକ୍ଷ୍ୟ ପୂରଣରେ ଶୈକ୍ଷିକ ସମାଜ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ମତପ୍ରକାଶ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri