ସରକାରଙ୍କ ବଡ଼ ଘୋଷଣା : ନୂଆନୀତିରେ ସରକାର ଆଣିଲେ ପରିବର୍ତ୍ତନ

ବରଗଡ଼,୧୭।୮(ପ୍ରେମାନନ୍ଦ ଖମାରୀ) – ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସରକାରଙ୍କ ନୂତନ ପଞ୍ଜୀକରଣ ନୀଚି ଜଟିଳ ହୋଇଥିବା ଅଭିଯୋଗ କରି ବିଭିନ୍ନ ଚାଷୀ ସଂଗଠନ ସମେତ ବିରୋଧୀ ରାଜନୈତିକ ଦଳ ଗୁଡିକ ସରକାରଙ୍କୁ ଘେରି ବସିଥିଲେ। ଏହାକୁ ନେଇ ଏବେ ମଧ୍ୟ ଚାଷୀ ଅସନ୍ତୋଷ ଲାଗି ରହିଥିବା ବେଳେ ରାଜନୈତିକ ଦଳ ଗୁଡିକ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ କରିଛନ୍ତି। ଏହି କ୍ରମରେ ଚାଷୀ ପଞ୍ଜୀକରଣ ସରଳୀକରଣ ଦାବି ସହିତ ବିଭିନ୍ନ କୃଷି, କୃଷକ ସମସ୍ୟା ନେଇ ସୋମବାର ବିଜେଡି ପକ୍ଷରୁ ବରଗଡ଼ରେ ବିଶାଳ କୃଷକ ବିକ୍ଷୋଭ କାର୍ଯ୍ୟକ୍ରମ ରହିଛି। ତେବେ ଚାଷୀ ସଂଗଠନ ଏବଂ ବିରୋଧୀ ଦଳର ଆନ୍ଦୋଳନ ଚାପରେ ରାଜ୍ୟ ସରକାର ଚାଷୀ ପଞ୍ଜୀକରଣ ପ୍ରକ୍ରିୟାରେ କିଛି ପରିବର୍ତ୍ତନ ଆଣିଛନ୍ତି । ଚାଷୀ ପଞ୍ଜୀକରଣ ପାଇଁ ଏଣିକି ଚାଷୀ ମାନଙ୍କୁ ଚାଷଜମି ଏବଂ ନିଜ ବଂଶାବଳୀ ନେଇ ଉଦ୍ଦିଷ୍ଟ ଆବେଦନ ଫର୍ମରେ କେବଳ ସ୍ବ ଘୋଷଣା ଦେବାକୁ ପଡିବ ବୋଲି ରାଜ୍ୟ ସରକାରଙ୍କ ଖାଦ୍ୟ, ଯୋଗାଣ ଏବଂ ଖାଉଟୀ କଲ୍ୟାଣ ବିଭାଗ ପକ୍ଷରୁ ଏକ ଚିଠି ଜାରି ହୋଇଛି। ସେହିପରି ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ଚାଷୀ ପଞ୍ଜୀକରଣ ଏବଂ ୩୦ତାରିଖ ପର୍ଯ୍ୟନ୍ତ ପ୍ରାଥମିକ କୃଷି ସମବାୟ ସମିତି ଦ୍ବାରା ପଞ୍ଜୀକୃତ ଚାଷୀଙ୍କ ଡିଜିଟାଲାଇଜେଶନ ଅବଧିକୁ ବୃଦ୍ଧି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?