ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଆଜି ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ବସିଥିଲା।
ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଯୋଗ ଦେଇଥିଲେ। ତେବେ ସମୀକ୍ଷା ପରେ ସେ ଏହି ସୂଚନା ଦେଇଛନ୍ତି। ଏହି ଖବର ପାଇବା ପରେ ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିଛନ୍ତି। କାରଣ ସେମାନଙ୍କୁ ତହସିଲ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯିବାକୁ ପଡ଼ିବ ନାହିଁ । ଅନ୍ୟପକ୍ଷେ ବୁଦ୍ଧିଜୀବୀ ଏହାକୁ ପ୍ରଶଂସା କରିଛନ୍ତି।
Dharitri – Odisha’s No.1 Odia Daily