ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି ବଜେଟରେ ସାଧାରଣ ଜନତାଙ୍କ ପାଇଁ ସୁଭଦ୍ରା ଯୋଜନା ଉପରେ ସ୍ୱତନ୍ତ୍ର ଫୋକସ୍ ଦିଆଯାଇଛି । ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଏହା ଯୋଗୁ ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ଉପକୃତ ହେବେ । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି ।

ଏହାସହ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା ହୋଇଛି । ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ । ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ । ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ ।

ମୋଟ ୩.୧୦ ଲକ୍ଷ କୋଟିର ବଜେଟରେ ୧,୮୦,୦୦୦ କୋଟି ଟଙ୍କା କାର୍ଯ୍ୟକ୍ରମ ବ୍ୟୟ ପାଇଁ ରଖାଯାଇଛି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପାଇଁ ସର୍ବାଧିକ ୨୫,୦୦୩.୩୨ କୋଟି ଟଙ୍କା ଧାର୍ଯ୍ୟ କରାଯାଇଛି । ସ୍ୱାସ୍ଥ୍ୟ ସେବା ପାଇଁ ୧୭,୭୩୬.୯୩ କୋଟି ଏବଂ ଶିକ୍ଷା ପାଇଁ ୧୫,୮୪୯.୩୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି ।
ମହିଳା ସଶକ୍ତିକରଣ: ମହିଳା ଓ ଶିଶୁ ବିକାଶ ପାଇଁ ୧୬,୧୨୨.୯୩ କୋଟି ଟଙ୍କା ରଖାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri