Posted inଜାତୀୟ

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ସିଏମ ସମ୍ରାଟ କହିଛନ୍ତି ଯେ SC/ST ବର୍ଗର ଯେଉଁ ମହିଳାମାନେ ଅନ୍ତଃଜାତୀୟ ବିବାହ କରିବେ, ସେମାନଙ୍କୁ ବିହାର ସରକାରଙ୍କ ପକ୍ଷରୁ ୨.୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦିଆଯିବ। କେବଳ ରାଜ୍ୟ ସରକାର ନୁହେଁ, କେନ୍ଦ୍ର ସରକାର ମଧ୍ୟ ଏଥିପାଇଁ ୨.୫ ଲକ୍ଷ ଟଙ୍କା ଦେବେ। ଅର୍ଥାତ୍‌ ଅନ୍ତଃଜାତୀୟ ବିବାହ କରୁଥିବା ଯୋଗ୍ୟ ମହିଳାଙ୍କୁ ସରକାରଙ୍କ ଠାରୁ ମୋଟ ଅଢ଼େଇ ଲକ୍ଷ ଟଙ୍କା ଆର୍ଥିକ ସହାୟତା ମିଳିବ।

ରକ୍ଷାବନ୍ଧନ ପର୍ବ ପୂର୍ବରୁ ସିଏମ ସମ୍ରାଟ ମହିଳାଙ୍କୁ ରୋଜଗାର ଓ ସ୍ବାସ୍ଥ୍ୟ ସହ ଯୋଡ଼ିବା ପାଇଁ ଏକ ବିଶେଷ ଅଭିଯାନର ମଧ୍ୟ ଶୁଭାରମ୍ଭ କରିଛନ୍ତି। ସରକାରଙ୍କ ପକ୍ଷରୁ ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟକୁ ନେଇ ମଧ୍ୟ ଗୁରୁତ୍ୱ ଦିଆଯାଉଛି।

ରକ୍ଷାବନ୍ଧନ ପର୍ବ ପୂର୍ବରୁ ସିଏମ ସମ୍ରାଟ ମହିଳାଙ୍କୁ ରୋଜଗାର ଓ ସ୍ବାସ୍ଥ୍ୟ ସହ ଯୋଡ଼ିବା ପାଇଁ ଏକ ବିଶେଷ ଅଭିଯାନର ମଧ୍ୟ ଶୁଭାରମ୍ଭ କରିଛନ୍ତି। ସରକାରଙ୍କ ପକ୍ଷରୁ ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟକୁ ନେଇ ମଧ୍ୟ ଗୁରୁତ୍ୱ ଦିଆଯାଉଛି।

ମହିଳାଙ୍କ ସ୍ବାସ୍ଥ୍ୟ ପାଇଁ ବିହାର ସରକାର ‘ଅନିମିଆ ମୁକ୍ତ ବିହାର’ ଅଭିଯାନ ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟକୁ ଉନ୍ନତ କରିବା ପାଇଁ ଏହି ଅଭିଯାନ ଚାଲିବ।

ଏହି ଅଭିଯାନ ଅଧୀନରେ ବିହାରରେ ଶିଶୁ, ମହିଳା ଏବଂ ବିଶେଷକରି ଗର୍ଭବତୀ ମହିଳାଙ୍କର ଅନିମିଆ ପରୀକ୍ଷା କରାଯିବ। ଯେଉଁମାନଙ୍କଠାରେ ଅନିମିଆ ଚିହ୍ନଟ ହେବ, ସେମାନଙ୍କୁ ଆବଶ୍ୟକତା ଅନୁଯାୟୀ ଚିକିତ୍ସା ଯୋଗାଇ ଦିଆଯିବ।

ଏହି ଅଭିଯାନ ଅଗଷ୍ଟ ୨୫ରୁ ନଭେମ୍ବର ୩୦, ୨୦୨୬ ପର୍ଯ୍ୟନ୍ତ ଚାଲିବ। ସରକାରଙ୍କ ଲକ୍ଷ୍ୟ ହେଉଛି ଏହି ଅଭିଯାନ ମାଧ୍ୟମରେ ୧ କୋଟି ୨୦ ଲକ୍ଷ ୮୨ ହଜାର ୫୦୦ ମହିଳାଙ୍କ ପାଖରେ ପହଞ୍ଚିବା।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri