Posted inଜାତୀୟ

ସରକାରଙ୍କ ବଡ଼ ନିଷ୍ପତ୍ତି: ଏଣିକି ବିଦ୍ୟାଳୟକୁ ଏସବୁ ଜିତିଷ ଆଣିପାରିବେନି ଛାତ୍ରଛାତ୍ରୀ

ଉଦୟପୁର,୧୭।୮: ରାଜସ୍ଥାନର ଉଦୟପୁରର ଏକ ସରକାରୀ ବିଦ୍ୟାଳୟରେ ଛାତ୍ରଙ୍କ ମଧ୍ୟରେ ଝଗଡା ପରେ ଆରମ୍ଭ ହୋଇଥିବା ହିଂସା ପରେ ଭଜନ ଲାଲ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଉଦୟପୁର ହିଂସା ପରେ ରାଜ୍ୟ ଶିକ୍ଷା ମନ୍ତ୍ରୀ ମଦନ ଦିଲୱାର ସାରା ରାଜ୍ୟରେ ବିଦ୍ୟାଳୟରେ ତୀକ୍ଷ୍ଣ ଜିନିଷ ଏବଂ ଅସ୍ତ୍ରଶସ୍ତ୍ର ଆଣିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।
ଏହି ପରିପ୍ରେକ୍ଷୀରେ ଶିକ୍ଷା ନିର୍ଦ୍ଦେଶକ ଆଶିଷ ମୋଦି ଶନିବାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିରେ କୁହାଯାଇଛି ଯେ, ବର୍ତ୍ତମାନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ବ୍ୟାଗ ଯାଞ୍ଚ କରାଯିବ। ଆହୁରି ମଧ୍ୟ ବର୍ତ୍ତମାନ ବିଦ୍ୟାଳୟରେ ଯେକୌଣସି ତୀକ୍ଷ୍ଣ ସାମଗ୍ରୀ ଆଣିବା କଡା ନିଷେଧ। ଏହି କ୍ରମରେ ସମସ୍ତ ଅନୁଷ୍ଠାନ ମୁଖ୍ୟଙ୍କୁ ସମୟ ସମୟରେ ପିଲାମାନଙ୍କର ବ୍ୟାଗ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ,ରାଜସ୍ଥାନର ଉଦୟପୁର ସହରର ଏକ ସରକାରୀ ସ୍କୁଲ୍‌ରେ ୨ ଭିନ୍ନ ସମ୍ପ୍ରଦାୟର ଛାତ୍ରଙ୍କ ମଧ୍ୟରେ ବଚସାରୁ ଦଶମ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କୁ ଭିନ୍ନ ସମ୍ପ୍ରଦାୟର ସହପାଠୀ ଛୁରାମାଡ଼ କରିଥିଲେ। ଏହାକୁ ନେଇ ଉକ୍ତ ଅଞ୍ଚଳରେ ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଉଦୟପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟରନେଟ ବନ୍ଦ ରହିଛି। ଏହାସହ ସ୍କୁଲ ବନ୍ଦ ଘୋଷଣା କରାଯାଇଛି।

ସୁରଜପୋଲ୍‌ ଥାନା ଅଞ୍ଚଳରେ ପୂର୍ବାହ୍ନ ୧୦ଟା ୩୦ରେ ଛୁରାମାଡ଼ ଘଟଣା ଘଟିଥିଲା। ହିନ୍ଦୁ ସଂଗଠନ ପକ୍ଷରୁ ସହରର ମାର୍କେଟ ଅଞ୍ଚଳରେ ଥିବା ଦୋକାନବନ୍ଦାର ବନ୍ଦ କରାଯାଇଥିଲା। ଏହାର କିଛି ସମୟ ପରେ ଉତ୍ତ୍ୟକ୍ତ ଲୋକେ ଟେକାମାଡ଼ କରିବା ସହ ଗାଡ଼ି ପୋଡ଼ାଜଳା କରିବାରୁ ପ୍ରଶାସନ ପକ୍ଷରୁ କଟକଣା ଜାରି ହୋଇଛି। ଚିକିତ୍ସା ପରେ ଆହତ ଛାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବାବେଳେ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ପୋଲିସ କହିଛି। ଆକ୍ରମଣ କରିଥିବା ଛାତ୍ର ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବୋହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?