ସରକାରଙ୍କ ବଡ ଭେଟି, ୧୫ଟଙ୍କା କମିଲା ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୬।୩: ବଡ ଭେଟି ଦେଲେ ସରକାର। କମିଲା ପେଟ୍ରୋଲ-ଡିଜେଲ ଦାମ। ପାଖାପଖି ୧୫ଟଙ୍କା କମିଲା ତୈଳ ଦର। କହିରଖୁଛୁ ଯେ, ଗୁରୁବାର କେନ୍ଦ୍ର ସରକାର ସାରା ଦେଶରେ ଲିଟର ପିଛା ପେଟ୍ରୋଲ ଓ ଡିଜେଲ ଦରରେ ୨ଟଙ୍କା ହ୍ରାସ କରିଥିଲେ।

ଗଲା ଦୁଇ ବର୍ଷ ହେଲା ପେଟ୍ରୋଲ ଓ ଡିଜେଲ ଦାମ ସ୍ଥିର ଥିଲା। ଏଥିରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ଏବେ ଦାମ କମିବା ପରେ ଓ ପେଟ୍ରୋଲ ଲିଟର ପିଛା ୧୦୧ଟଙ୍କାରେ ପହଞ୍ଚିଛି। ସେହିପରି ଡିଜେଲ ଦର ଲିଟର ପିଛା ୯୨.୬୨ରେ ପହଞ୍ଚିଛି। ସେହିପରି ନୂଆ ଦର ଲାଗୁ ହେବା ପରେ ଦିଲ୍ଲୀରେ ଏଣିକି ଲୋକମାନେ ପେଟ୍ରୋଲ ଲିଟର ପିଛା ୯୪.୭୨ ଟଙ୍କାରେ ପହଞ୍ଚିଛି। ପୂର୍ବରୁ ସେମାନଙ୍କୁ ୯୬.୭୨ ଟଙ୍କା ଦେବାକୁ ପଡୁଥିଲା।

ସେହିପରି ମୁମ୍ବାଇରେ ପେଟ୍ରୋଲ ଦର ୧୦୬.୩୧ ଟଙ୍କାରୁ ଖସି ୧୦୪.୨୧ ଟଙ୍କା, କୋଲକାତାରେ ୧୦୬.୦୩ ଟଙ୍କାରୁ ୧୦୩.୯୪ ଟଙ୍କା ଓ ଚେନ୍ନାଇରେ ୧୦୨.୬୩ ଟଙ୍କା ବଦଳରେ ୧୦୦.୭୨ ଟଙ୍କା ଦେଇ କାଲି ସକାଳ ୬ଟାରୁ ପେଟ୍ରୋଲ ପାଇ ପାରିବେ।

ସୂଚନାଥାଉ କି, କେନ୍ଦ୍ରଶାସିତ ଅଞ୍ଚଳ ଲାକ୍ଷାଦ୍ୱୀପରେ ପେଟ୍ରୋଲ-ଡିଜେଲ ଦାମ ୧୫ ଟଙ୍କା ଯାଏଁ କମ୍‌ କରାଯାଇଥିବା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରୀଦୀପ ସିଂହ ପୁରୀ ସୂଚନା ଦେଇଛନ୍ତି। ଏନେଇ ସୋଶାଲ ମିଡିଆ ପ୍ଲାଟଫର୍ମରେ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri