ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୯ ଜୁଲାଇ ୨୦୨୩ରେ ରାଜ୍ୟ ପରିବହନ ପ୍ରାଧିକରଣର ୩୦୧ତମ ବୈଠକରେ ନିଆଯାଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି।

ନିର୍ଦ୍ଦେଶନାମା ଅନୁଯାୟୀ, ଅନ୍ୟ ରାଜ୍ୟରେ ପଞ୍ଜିକୃତ ହୋଇଥିବା ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜି୍ୟକ ଗାଡ଼ିଗୁଡ଼ିକର ଓଡ଼ିଶା ମଧ୍ୟକୁ ପ୍ରବେଶ ଓ ପରିଚାଳନା ଉପରେ କଟକଣା ଲାଗୁ କରାଯାଇଛି।

ନିର୍ଦ୍ଧାରିତ ସମୟସୀମା ଅତିକ୍ରମ କରିଥିବା ବାହାର ରାଜ୍ୟର କୌଣସି ବି ବାଣିଜ୍ୟିକ ଗାଡ଼ିକୁ ଓଡ଼ିଶାରେ ଚଳାଚଳ ପାଇଁ ନୂତନ ପରମିଟ ପ୍ରଦାନ କରାଯିବ ନାହିଁ। ଏଥିସହିତ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ(RTO)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ଏହିପରି ପୁରୁଣା ଗାଡ଼ିଗୁଡ଼ିକର ଠିକଣା ପରିବର୍ତ୍ତନ, ମାଲିକାନା ହସ୍ତାନ୍ତର କିମ୍ୱା କୌଣସି ପ୍ରକାରର ପରିବହନ କର ଗ୍ରହଣ କରାଯାଇପାରିବ ନାହିଁ।

ସମସ୍ତ RTO ଓ ARTOମାନଙ୍କୁ ଏହି ସଂସ୍କାରମୂଳକ ନିଷ୍ପତ୍ତିକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ପଦକ୍ଷେପ ଦ୍ୱାରା ରାଜ୍ୟରେ ସଡ଼କ ସୁରକ୍ଷା ମାନଦଣ୍ଡରେ ଉନ୍ନତି ଆସିବ, ସଡ଼କରେ ଅନୁପଯୁକ୍ତ ଗାଡ଼ି ହ୍ରାସ ପାଇବ ଏବଂ ପୁରୁଣା ଗାଡ଼ି ଜନିତ ପ୍ରଦୂଷଣ ମଧ୍ୟ ହ୍ରାସ ହେବ ବୋଲି ବିଭାଗ ପକ୍ଷ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri