ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ ପାଇପାରିବେ।

ମହିଳାମାନଙ୍କୁ ସଚେତନ କରିବା ସକାଶେ ସୁଭଦ୍ରା ସଚେତନତା ରଥ ସାରା ଓଡ଼ିଶାରେ ବୁଲିବ । ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଶନିବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ରଥର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା କେବଳ ଯୋଜନା ନୁହେଁ, ଏହା ଅସ୍ମିତାର ପରିଚୟ ହେବ। ସୁଭଦ୍ରା ଯୋଜନା ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ସହାୟକ ହେବ। ସଚେତନତା ରଥ ରାଜ୍ୟର ପ୍ରତ୍ୟେକ ଅଞ୍ଚଳକୁ ଯିବ । ମା,ଭଉଣୀଙ୍କୁ ସଚେତନ କରିବ। ମହିଳାମାନେ ସଶକ୍ତ ହେଲେ ବିକଶିତ ଓଡ଼ିଶାର ସ୍ବପ୍ନ ପୂରଣ ହୋଇପାରିବ। ଏହି ରଥ ପ୍ରଥମେ ଭୁବନେଶ୍ୱରରେ ବୁଲିବ। ପରେ ସବୁ ଜିଲାରେ ଏହା ଗଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଶୀଘ୍ର ସୁଭଦ୍ରା ଯୋଜନାର ଲାଭ ସମସ୍ତଙ୍କ ପାଖରେ ପହଞ୍ଚିବ। ଏଥିପାଇଁ ଧୈର୍ଯ୍ୟ ରଖିବା ଦରକାର। ଏହି ଯୋଜନାର କୌଣସି ସମୟସୀମା ନାହିଁ। ହିତାଧିକାରୀମାନେ ରାତି ଅନିଦ୍ରା ହୁଅନ୍ତୁ ନାହିଁ କିମ୍ବା ଲମ୍ବା ଧାଡ଼ିରେ ଛିଡ଼ା ହୁଅନ୍ତୁ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ ପଞ୍ଜୀକରଣ ନ ହେବା ଯାଏ ଏହା ଚାଲୁ ରହିବ। ଆସନ୍ତା ୧୬ ତାରିଖ ଯାଏ ରାଜ୍ୟସାରା ବୁଲିବ ସୁଭଦ୍ରା ସଚେତନତା ରଥ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
ଆସନ୍ତା ୧୭ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଯୋଜନାର ଶୁଭାରମ୍ଭ କରିବେ। ଏହି ଯୋଜନାରେ ପ୍ରତ୍ୟେକ ମହିଳା ବର୍ଷକୁ ୨ଟି କିସ୍ତିରେ ୧୦ ହଜାର ଟଙ୍କାର ଭାଉଚର ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri