ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ ପାଇପାରିବେ।

ମହିଳାମାନଙ୍କୁ ସଚେତନ କରିବା ସକାଶେ ସୁଭଦ୍ରା ସଚେତନତା ରଥ ସାରା ଓଡ଼ିଶାରେ ବୁଲିବ । ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଶନିବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ରଥର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା କେବଳ ଯୋଜନା ନୁହେଁ, ଏହା ଅସ୍ମିତାର ପରିଚୟ ହେବ। ସୁଭଦ୍ରା ଯୋଜନା ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ସହାୟକ ହେବ। ସଚେତନତା ରଥ ରାଜ୍ୟର ପ୍ରତ୍ୟେକ ଅଞ୍ଚଳକୁ ଯିବ । ମା,ଭଉଣୀଙ୍କୁ ସଚେତନ କରିବ। ମହିଳାମାନେ ସଶକ୍ତ ହେଲେ ବିକଶିତ ଓଡ଼ିଶାର ସ୍ବପ୍ନ ପୂରଣ ହୋଇପାରିବ। ଏହି ରଥ ପ୍ରଥମେ ଭୁବନେଶ୍ୱରରେ ବୁଲିବ। ପରେ ସବୁ ଜିଲାରେ ଏହା ଗଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଶୀଘ୍ର ସୁଭଦ୍ରା ଯୋଜନାର ଲାଭ ସମସ୍ତଙ୍କ ପାଖରେ ପହଞ୍ଚିବ। ଏଥିପାଇଁ ଧୈର୍ଯ୍ୟ ରଖିବା ଦରକାର। ଏହି ଯୋଜନାର କୌଣସି ସମୟସୀମା ନାହିଁ। ହିତାଧିକାରୀମାନେ ରାତି ଅନିଦ୍ରା ହୁଅନ୍ତୁ ନାହିଁ କିମ୍ବା ଲମ୍ବା ଧାଡ଼ିରେ ଛିଡ଼ା ହୁଅନ୍ତୁ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ ପଞ୍ଜୀକରଣ ନ ହେବା ଯାଏ ଏହା ଚାଲୁ ରହିବ। ଆସନ୍ତା ୧୬ ତାରିଖ ଯାଏ ରାଜ୍ୟସାରା ବୁଲିବ ସୁଭଦ୍ରା ସଚେତନତା ରଥ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
ଆସନ୍ତା ୧୭ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଯୋଜନାର ଶୁଭାରମ୍ଭ କରିବେ। ଏହି ଯୋଜନାରେ ପ୍ରତ୍ୟେକ ମହିଳା ବର୍ଷକୁ ୨ଟି କିସ୍ତିରେ ୧୦ ହଜାର ଟଙ୍କାର ଭାଉଚର ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?