ଦୀପାବଳିରେ ସରକାରଙ୍କ ବଡ଼ ପଦକ୍ଷେପ: ୧୬୪ ହିତାଧିକାରୀଙ୍କୁ ମିଳିଲା…

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ରବିବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ। ଭୁବନେଶ୍ୱରରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ରାଜ୍ୟରେ ପଞ୍ଚାୟତ ଭବନ ପାଇଁ ଭିତ୍ତି ପ୍ରସ୍ତର କରିଥିବା ବେଳେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କୁ ଗୃହ ନିର୍ମାଣ ପାଇଁ ଆର୍ଥିକ ସହାୟତା ଯୋଗାଇଦେଇଛନ୍ତି।

ଏହି କ୍ରମରେ ଦାରିଙ୍ଗବାଡି ବ୍ଲକ ଭିଡିଓ କନ୍‌ଫରେନ୍ସ ଗୃହରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ୨ଟି ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର କରାଯାଇଛି। ଉକ୍ତ ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ ଏବଂ ବୁଡାଗୁଡ଼ା ପଞ୍ଚାୟତରେ ଏହି ୨ଟି ଭବନ ନିର୍ମାଣ କରାଯିବ।

ସେହିପରି ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦୟ ଯୋଜନାରେ ମୋଟ୍‌ ୧୬୪ଜଣ ହିତାଧିକାରୀଙ୍କୁ ଗୃହ ନିର୍ମାଣ ପାଇଁ ଆର୍ଥିକ ସହାୟତାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ପ୍ରୀତିରଞ୍ଜନ ରଥ, ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସୁରେଶ ପଣ୍ଡା, ବିପିସି ଜଗନ୍ନାଥ ରଥ, ବାଡ଼ାବାଙ୍ଗା ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ, ବୁଡ଼ାଗୁଡ଼ା ସରପଞ୍ଚ ତାତୁରା ପ୍ରଧାନ, ଦାରିଙ୍ଗବାଡ଼ି ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଏହି ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ପଞ୍ଚାୟତ କାର୍ଯ୍ୟାଳୟରୁ ପଞ୍ଚାୟତବାସୀ ସିଧା ପ୍ରସାରଣ ଦେଖିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?