ସରକାରଙ୍କ ବଡ଼ ପଦକ୍ଷେପ: ୭୦ ଜନସଂଖ୍ୟା ଥିବା ଗାଁରେ ଗୋଟିଏ ନଳକୂପ

ଭୁବନେଶ୍ୱର,୧୧ା୨(ବନ୍ଦନା ସେଠୀ): ଖରାଦିନ ପୂର୍ବରୁ ଗ୍ରାମାଞ୍ଚଳରେ ପାନୀୟ ଜଳଯୋଗଣକୁ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ୭୦ଜନସଂଖ୍ୟା ଥିବା ଗାଁରେ ଗୋଟିଏ ଲେଖାଏ ଓ ୭୦ରୁ ଅଧିକ ଜନସଂଖ୍ୟାବିଶିଷ୍ଟ ଗ୍ରାମରେ ଦୁଇଟି ନଳକୂପ ଖନନ ହେବ।

ଏନେଇ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ସୋମବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଲେ, ନଳକୂପ ଖୋଳିବା ପାଇଁ ପୂର୍ବ ସରକାର ପ୍ରକ୍ରିୟା ବନ୍ଦ କରିଥିବାବେଳେ ବର୍ତ୍ତମାନ ରାଜ୍ୟ ସରକାର ଏହାକୁ ପୁନଃ ଅନୁମତି ଦେଇଛନ୍ତି। ଉପକୂଳ ଅଞ୍ଚଳରେ ସାଲାଇନ ପାଣି ଥିବାରୁ ୧୦ବର୍ଷ ପରେ ମଧୁର ପାଣି ସରିଯାଉଛି। ଏଥିପାଇଁ ଅଧିକ ଆଡି ବନ୍ଧ ନିର୍ମାଣ ହେବ। ଖରାଦିନ ପାଇଁ ପାନୀୟ ଜଳ ବ୍ୟବସ୍ଥାକୁ ବ୍ୟାପକ କରାଯାଉଥିବାବେଳେ ସୋଲାର ମାଧ୍ୟମରେ ସରକାର ପାନୀୟ ଜଳ ଯୋଗାଇଦେବେ।

ସେହିଭଳି ଅନ୍ୟ ଅସୁବିଧା ହେଲେ ଟ୍ୟାଙ୍କର ମାଧ୍ୟମରେ ପାଣି ଯୋଗାଇଦିଆଯିବ। ତେବେ ଜଙ୍ଗଲ କିସମ ଅଞ୍ଚଳରେ ନଳକୂପ ଖନନ ଏବଂ ଅନ୍ୟାନ୍ୟ କିଛି ସମସ୍ୟା ଥିବାରୁ ଏଥିପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦିଆଯାଇଛି। ଏଥିସହ ୨୦୨୫ ମାର୍ଚ୍ଚ ଶେଷ ସୁଦ୍ଧା ୭୨ଟି ବୃହତ ପାନୀୟଜଳ ପ୍ରକଳ୍ପ ଶେଷ ହୋଇ ‘ହର୍‌ ଘର୍‌ ଜଳ’ର ବ୍ୟବସ୍ଥା କରାଯିବ। ଡିସେମ୍ବର ଶେଷ ସୁଦ୍ଧା ୫୪ଟି ବୃହତ ପାନୀୟ ଜଳ ପ୍ରକଳ୍ପ ଏବଂ ୨୦୨୬ ଜୁନ ଶେଷ ସୁଦ୍ଧା ୮୧ଟି ବୃହତ ପାନୀୟଜଳ ପ୍ରକଳ୍ପ (ମୋଟ ୨୦୭)ର ନିର୍ମାଣ କାର୍ଯ୍ୟ ଶେଷ ହୋଇ କାର୍ଯ୍ୟକ୍ଷମ ହେବା ନେଇ ଲକ୍ଷ୍ୟ ରଖାଯାଇଛି। ଜନସାଧାରଣଙ୍କଠାରୁ ଅଭିଯୋଗ ଶୁଣାଣି ମାଧ୍ୟମରେ ଯେଉଁ ସବୁ ପ୍ରସ୍ତାବ ଆସୁଛି ସେସବୁ ଉପରେ ମଧ୍ୟ କାର୍ଯ୍ୟ ଚାଲିଛି। ବିଗତ ବର୍ଷଗୁଡିକରେ ବିଦ୍ୟୁତ୍‌ ଦେୟ ପଇଠ ହୋଇ ନ ଥିବା ଯୋଗୁ ଗ୍ରାମାଞ୍ଚଳର ଅନେକ ପାନୀୟଜଳ ପ୍ରକଳ୍ପର ବିଦ୍ୟୁତ୍‌ ସରବରାହ ବନ୍ଦ ହୋଇଯାଉଥିଲା। ତେଣୁ ଗ୍ରାମାଞ୍ଚଳରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା ବାଧାପ୍ରାପ୍ତ ହେଉଥିଲା।

ଏହି ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଗ୍ରାମାଞ୍ଚଳର ବୃହତ ପାନୀୟ ଜଳ ପ୍ରକଳ୍ପର ବକେୟା ବିଦ୍ୟୁତ୍‌ ଦେୟ ପାଇଁ ବସୁଧା ଯୋଜନା ଅଧୀନରେ ମିଳୁଥିବା ଅନୁଦାନକୁ ବ୍ୟବହାର କରିବା ପାଇଁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ନିର୍ଦ୍ଦେଶ ଦେଇଛି। ସାମଗ୍ରିକ ଭାବରେ ରାଜ୍ୟବାସୀଙ୍କ ପାନୀୟ ଜଳ ଆବଶ୍ୟକତାକୁ ପୂରଣ କରିବା ପାଇଁ ସରକାର ପ୍ରାଥମିକତା ଭିତ୍ତିରେ କାର୍ଯ୍ୟ କରୁଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?