ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ

ଭୁବନେଶ୍ୱର,୧୦।୧୨: ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ମଙ୍ଗଳବାର ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଚିନି କଳ ଏକ ପୁରାତନ ଚିନି କଳ। ଏହା ଉପରେ ଅନେକ ଚାଷୀ ନିର୍ଭର କରନ୍ତି। ତେଣୁ, ଏହାର ଉନ୍ନତିକରଣ ଓ ପୁନରୁଦ୍ଧାର କରିବା ପାଇଁ ପଦକ୍ଷେପ ନିଆଯିବା ଆବଶ୍ୟକ ।
ଏହି ଟାସ୍କ ଫୋର୍ସ ମହାରାଷ୍ଟ୍ର ଏବଂ ଅନ୍ୟ ରାଜ୍ୟଗୁଡିକୁ ପରିଦର୍ଶନରେ ଯାଇ ସେଠାକାର ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରି ସେମାନଙ୍କ ସୁଚିନ୍ତିତ ମତାମତ ଦେବା ପରେ ଏହାର ରିପୋର୍ଟ ଆଧାରରେ ଚିନି କଳର ପୁନରୁଦ୍ଧାର କରାଯିବ ।

ସୂଚନା ଯୋଗ୍ୟ, ଆସିକା ସମବାୟ ଚିନି କଳ ୧୯୫୬ ମସିହାରେ ସ୍ଥାପିତ ହୋଇଥିଲା। ୧୯୬୩ରେ ଏଠାରେ ଚିନି ଉତ୍ପାଦନ ଆରମ୍ଭ ହୋଇଥିଲା। ପରେ ଏହାର କ୍ଷମତା ବୃଦ୍ଧି ହୋଇ ଚିନି ସହ ଅନ୍ୟାନ୍ୟ ପଦାର୍ଥ ମଧ୍ୟ ଉତ୍ପାଦନ କରାଯାଉଛି। ତେବେ ବର୍ତ୍ତମାନ ଏହା ଲାଭଜନକ ସ୍ଥିତିରେ ନାହିଁ। ତେଣୁ ଏହାର ପୁନରୁଦ୍ଧାର ପାଇଁ ପଦକ୍ଷେପ ନେବା ପାଇଁ ନୂଆ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।

ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତ କରଣ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅବକାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ହସ୍ତ ତନ୍ତ, ବୟନ, ହସ୍ତ ଶିଳ୍ପ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ ଓ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ଆସିକା ବିଧାୟକ ସରୋଜ କୁମାର ପାଢୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଅର୍ଥ, କୃଷି, ସମବାୟ ତଥା ଅବକାରୀ ବିଭାଗ ସଚିବ ଏବଂ ଗଞ୍ଜାମ ଜିଲ୍ଲାପାଳ ବୈଠକରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri