ଅଧିକ ସମୟ ଦେବାକୁ ସରକାରଙ୍କ ଆବେଦନ

କଟକ,୨ା୧୨ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାରର ଚାବି ହଜିବା ଘଟଣାର ତଦନ୍ତ କମିଶନ୍‌ଙ୍କ ରିପୋର୍ଟ ସାର୍ବଜନୀନ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଶୁକ୍ରବାର ହୋଇଛି। ରାଜ୍ୟ ସରକାର ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ ପାଇଁ ଅଧିକ ସମୟ ଦେବାକୁ ଅଦାଲତଙ୍କୁ ପ୍ରାର୍ଥନା କରିଛନ୍ତି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି। ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଶୁକ୍ରବାର ଶୁଣାଣିବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକ ସମୟ ନେବାକୁ ଆବେଦନ କରାଯାଇଥିବାବେଳେ ଆବେଦନକାରୀଙ୍କ ଆଇନଜୀବୀ ଅନୁପ ମହାପାତ୍ର ଏହାକୁ ବିରୋଧ କରିଥିଲେ। ମହାପାତ୍ର ଯୁକ୍ତି ଦର୍ଶାଇଥିଲେ ଯେ, ଗତ ଏପ୍ରିଲ ୨୫ ତାରିଖ ଶୁଣାଣିରେ ହାଇକୋର୍ଟ ପ୍ରତିପକ୍ଷ ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ରାଜ୍ୟ ଆଇନ ବିଭାଗ ସଚିବଙ୍କୁ ରତ୍ନଭଣ୍ଡାର ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ ପାଇଁ ନୋଟିସ ଜାରି କରିଥିଲେ। ଗତ ଜୁଲାଇ ୧ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ହେଲେ ଇତିମଧ୍ୟରେ ୫ ମାସ ବିତି ଯାଇଥିଲେ ସୁଦ୍ଧା ରାଜ୍ୟ ସରକାର ରିପୋର୍ଟ ଦାଖଲ ନ କରି ଅଧିକ ସମୟ ନେଉଛନ୍ତି। ପୂର୍ବରୁ ଏକ ମଧ୍ୟବର୍ତ୍ତୀକାଳୀନ ଆବେଦନ ଜରିଆରେ ସରକାର ୨ ମାସ ସମୟ ନେଇଥିଲେ। ଆବେଦନକାରୀ ପୁରୀ ଜିଲା କାମକଣ୍ଟିଆର ସାମାଜିକ କର୍ମୀ ଦିଲ୍ଲୀପ ବରାଳଙ୍କ ପକ୍ଷରୁ ଦାୟର ମାମଲାକୁ ଆଇନଜୀବୀ ଅନୁପ ମହାପାତ୍ର ଓ ଆଇନଜୀବୀ ହରପ୍ରିୟା ରାଉତରାୟ ପରିଚାଳନା କରୁଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଶ୍ରୀମନ୍ଦିରର ରତ୍ନଭଣ୍ଡାର ଚାବି ହଜିବା ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ୨୦୧୮ ଜୁନ୍‌ ୬ରେ ଜଷ୍ଟିସ ରଘୁବୀର ଦାଶ କମିଶନ୍‌ ଗଠନ କରିଥିଲେ। ଜଷ୍ଟିସ ରଘୁବୀର ଦାଶ ମାମଲାର ତଦନ୍ତ କରି ୨୦୧୮ ନଭେମ୍ବର ୨୯ ତାରିଖରେ ରାଜ୍ୟ ସରକାରଙ୍କୁ ୩୫୪ ପୃଷ୍ଠାର ରିପୋର୍ଟ ପ୍ରଦାନ କରିଥିଲେ। କମିଶନ୍‌ ଅଫ୍‌ ଇନକ୍ୱାରି ଆକ୍ଟ ୧୯୫୨ ଅନୁଯାୟୀ ସରକାର ଉକ୍ତ ରିପୋର୍ଟକୁ ପରଖିବା ପରେ ବିଧାନସଭାରେ ଉପସ୍ଥାପନ କରିବେ କି ନାହିଁ ସେନେଇ ନିଷ୍ପତ୍ତି ନେବା କଥା। ହେଲେ ଏ କ୍ଷେତ୍ରରେ କ’ଣ ହୋଇଛି ତାହା ଜଣାନାହିଁ। ବିରୋଧୀ ଦଳ ମଧ୍ୟ ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯିବା ନିମନ୍ତେ ବିଧାନସଭାରେ ପ୍ରସଙ୍ଗ ଉଠାଇଥିଲେ। ହେଲେ ୨୦୧୮ରୁ ଅଦ୍ୟାବଧି ଉକ୍ତ ରିପୋର୍ଟକୁ ସରକାର ଚପାଇ ରଖିଛନ୍ତି। ଆବେଦନକାରୀ ରିପୋର୍ଟକୁ ବିଧାନସଭାରେ ଉପସ୍ଥାପନ ପୂର୍ବକ ସାର୍ବଜନୀନ କରିବାକୁ ପିଟିଶନ୍‌ରେ ଦର୍ଶାଇଛନ୍ତି। ଏଥିସହ ସେ ଆହୁରି ମଧ୍ୟ ପ୍ରାର୍ଥନା କରିଛନ୍ତି, ରତ୍ନଭଣ୍ଡାରରେ କ’ଣସବୁ ଅଳଙ୍କାର ରହିଛି ତାହାର ତାଲିକା ୧୯୭୮ ମସିହାରୁ ଏଯାବତ୍‌ ପ୍ରସ୍ତୁତ ହୋଇନାହିଁ। ଏହି ତାଲିକା ପ୍ରସ୍ତୁତ କରିବା ନିମନ୍ତେ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ମଧ୍ୟ ଆବେଦନ କରାଯାଇଛି। ଏଥିସହ ରତ୍ନଭଣ୍ଡାର ଦୁର୍ବଳ ହୋଇପଡ଼ିବା କାରଣରୁ ତାହାର ମରାମତି ନିମନ୍ତେ ଏଏସ୍‌ଆଇକୁ ଦାୟିତ୍ୱ ଦିଆଯାଉ ବୋଲି ସେ ଆବେଦନ କରିଛନ୍ତି। ଏଥିରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଆଇନ ବିଭାଗ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଉପ ମୁଖ୍ୟ ପ୍ରଶାସକ, ଶ୍ରୀମନ୍ଦିର ପରିଚାଳନା କମିଟି, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ମହାନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri