ଅଧିକ ସମୟ ଦେବାକୁ ସରକାରଙ୍କ ଆବେଦନ

କଟକ,୨ା୧୨ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାରର ଚାବି ହଜିବା ଘଟଣାର ତଦନ୍ତ କମିଶନ୍‌ଙ୍କ ରିପୋର୍ଟ ସାର୍ବଜନୀନ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଶୁକ୍ରବାର ହୋଇଛି। ରାଜ୍ୟ ସରକାର ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ ପାଇଁ ଅଧିକ ସମୟ ଦେବାକୁ ଅଦାଲତଙ୍କୁ ପ୍ରାର୍ଥନା କରିଛନ୍ତି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି। ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଶୁକ୍ରବାର ଶୁଣାଣିବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକ ସମୟ ନେବାକୁ ଆବେଦନ କରାଯାଇଥିବାବେଳେ ଆବେଦନକାରୀଙ୍କ ଆଇନଜୀବୀ ଅନୁପ ମହାପାତ୍ର ଏହାକୁ ବିରୋଧ କରିଥିଲେ। ମହାପାତ୍ର ଯୁକ୍ତି ଦର୍ଶାଇଥିଲେ ଯେ, ଗତ ଏପ୍ରିଲ ୨୫ ତାରିଖ ଶୁଣାଣିରେ ହାଇକୋର୍ଟ ପ୍ରତିପକ୍ଷ ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ରାଜ୍ୟ ଆଇନ ବିଭାଗ ସଚିବଙ୍କୁ ରତ୍ନଭଣ୍ଡାର ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ ପାଇଁ ନୋଟିସ ଜାରି କରିଥିଲେ। ଗତ ଜୁଲାଇ ୧ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ହେଲେ ଇତିମଧ୍ୟରେ ୫ ମାସ ବିତି ଯାଇଥିଲେ ସୁଦ୍ଧା ରାଜ୍ୟ ସରକାର ରିପୋର୍ଟ ଦାଖଲ ନ କରି ଅଧିକ ସମୟ ନେଉଛନ୍ତି। ପୂର୍ବରୁ ଏକ ମଧ୍ୟବର୍ତ୍ତୀକାଳୀନ ଆବେଦନ ଜରିଆରେ ସରକାର ୨ ମାସ ସମୟ ନେଇଥିଲେ। ଆବେଦନକାରୀ ପୁରୀ ଜିଲା କାମକଣ୍ଟିଆର ସାମାଜିକ କର୍ମୀ ଦିଲ୍ଲୀପ ବରାଳଙ୍କ ପକ୍ଷରୁ ଦାୟର ମାମଲାକୁ ଆଇନଜୀବୀ ଅନୁପ ମହାପାତ୍ର ଓ ଆଇନଜୀବୀ ହରପ୍ରିୟା ରାଉତରାୟ ପରିଚାଳନା କରୁଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଶ୍ରୀମନ୍ଦିରର ରତ୍ନଭଣ୍ଡାର ଚାବି ହଜିବା ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ୨୦୧୮ ଜୁନ୍‌ ୬ରେ ଜଷ୍ଟିସ ରଘୁବୀର ଦାଶ କମିଶନ୍‌ ଗଠନ କରିଥିଲେ। ଜଷ୍ଟିସ ରଘୁବୀର ଦାଶ ମାମଲାର ତଦନ୍ତ କରି ୨୦୧୮ ନଭେମ୍ବର ୨୯ ତାରିଖରେ ରାଜ୍ୟ ସରକାରଙ୍କୁ ୩୫୪ ପୃଷ୍ଠାର ରିପୋର୍ଟ ପ୍ରଦାନ କରିଥିଲେ। କମିଶନ୍‌ ଅଫ୍‌ ଇନକ୍ୱାରି ଆକ୍ଟ ୧୯୫୨ ଅନୁଯାୟୀ ସରକାର ଉକ୍ତ ରିପୋର୍ଟକୁ ପରଖିବା ପରେ ବିଧାନସଭାରେ ଉପସ୍ଥାପନ କରିବେ କି ନାହିଁ ସେନେଇ ନିଷ୍ପତ୍ତି ନେବା କଥା। ହେଲେ ଏ କ୍ଷେତ୍ରରେ କ’ଣ ହୋଇଛି ତାହା ଜଣାନାହିଁ। ବିରୋଧୀ ଦଳ ମଧ୍ୟ ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯିବା ନିମନ୍ତେ ବିଧାନସଭାରେ ପ୍ରସଙ୍ଗ ଉଠାଇଥିଲେ। ହେଲେ ୨୦୧୮ରୁ ଅଦ୍ୟାବଧି ଉକ୍ତ ରିପୋର୍ଟକୁ ସରକାର ଚପାଇ ରଖିଛନ୍ତି। ଆବେଦନକାରୀ ରିପୋର୍ଟକୁ ବିଧାନସଭାରେ ଉପସ୍ଥାପନ ପୂର୍ବକ ସାର୍ବଜନୀନ କରିବାକୁ ପିଟିଶନ୍‌ରେ ଦର୍ଶାଇଛନ୍ତି। ଏଥିସହ ସେ ଆହୁରି ମଧ୍ୟ ପ୍ରାର୍ଥନା କରିଛନ୍ତି, ରତ୍ନଭଣ୍ଡାରରେ କ’ଣସବୁ ଅଳଙ୍କାର ରହିଛି ତାହାର ତାଲିକା ୧୯୭୮ ମସିହାରୁ ଏଯାବତ୍‌ ପ୍ରସ୍ତୁତ ହୋଇନାହିଁ। ଏହି ତାଲିକା ପ୍ରସ୍ତୁତ କରିବା ନିମନ୍ତେ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ମଧ୍ୟ ଆବେଦନ କରାଯାଇଛି। ଏଥିସହ ରତ୍ନଭଣ୍ଡାର ଦୁର୍ବଳ ହୋଇପଡ଼ିବା କାରଣରୁ ତାହାର ମରାମତି ନିମନ୍ତେ ଏଏସ୍‌ଆଇକୁ ଦାୟିତ୍ୱ ଦିଆଯାଉ ବୋଲି ସେ ଆବେଦନ କରିଛନ୍ତି। ଏଥିରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଆଇନ ବିଭାଗ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଉପ ମୁଖ୍ୟ ପ୍ରଶାସକ, ଶ୍ରୀମନ୍ଦିର ପରିଚାଳନା କମିଟି, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ମହାନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?