Odisha Elections 2024
Posted inରାଜ୍ୟ

ବ୍ଲକ ଗ୍ରାଣ୍ଟ ଶିକ୍ଷକ-ଅଣ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର, ଉପକୃତ ହେବେ ୧ ଲକ୍ଷରୁ ଅଧିକ କର୍ମଚାରୀ

ଭୁବନେଶ୍ୱର,୯ା୩: ବ୍ଲକ୍‌ଗ୍ରାଣ୍ଟ ପାଉଥିବା ଶିକ୍ଷକ ଓ କର୍ମଚାରୀଙ୍କୁ ରାଜ୍ୟ ସରକାର ଅବସରକାଳୀନ ଆର୍ଥିକ ସହାୟତା ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଅନୁଦାନ ଆଦେଶ ୨୦୦୮ ଓ ୨୦୦୯ ଅନ୍ତର୍ଭୁକ୍ତ ବ୍ଲକ୍‌ଗ୍ରାଣ୍ଟ କଲେଜ ଅଧ୍ୟାପିକା ଓ ଅଧ୍ୟାପକଙ୍କୁ ଅବସର ପରେ ଏକକାଳୀନ ୧୦ ଲକ୍ଷ ଟଙ୍କା ଓ କର୍ମଚାରୀମାନଙ୍କୁ ଏକକାଳୀନ ୫ ଲକ୍ଷ ଟଙ୍କା ପ୍ରଦାନ କରାଯିବ।

୨୦୨୪ ପର୍ଯ୍ୟନ୍ତ ଅବସର ନେଇଥିବା ୯୫୨ ଜଣ ଅଧ୍ୟାପିକା/ଅଧ୍ୟାପକ ଓ ୧୦୨୫ ଜଣ କର୍ମଚାରୀଙ୍କୁ ଏକ ଅନୁଦାନ ମିଳିବ। ଏ ବାବଦରେ ରାଜ୍ୟ ସରକାର ୧୪୯.୪୫ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ଏହି ସୁବିଧା କେବଳ ଶତ ପ୍ରତିଶତ ଅନୁଦାନ ପାଉଥିବା ବେସରକାରୀ କଲେଜଗୁଡ଼ିକ ପାଇଁ ଉପଲବ୍ଧ ହେବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ କରିଛି।

ସେହିପରି ସରକାର ନୂତନ ଅନୁଦାନ ପ୍ରାପ୍ତ ଉଚ୍ଚ ବିଦ୍ୟାଳୟ ଓ ସଂସ୍କୃତ ଟୋଲର ଅବସର ପ୍ରାପ୍ତ ଶିକ୍ଷକ ମାନଙ୍କୁ ୬ ଲକ୍ଷ ଏବଂ ଅଣଶିକ୍ଷକ କର୍ମଚାରୀ ମାନଙ୍କୁ ୪ ଲକ୍ଷ ଏବଂ ନୂତନ ଅନୁଦାନ ପ୍ରାପ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ମଦ୍ରାସାର ଅବସର ପ୍ରାପ୍ତ ଶିକ୍ଷକ ମାନଙ୍କୁ ଟ.୫.୧୦ ଲକ୍ଷ ଲେଖାଏଁ ଏକ କାଳୀନ ଧନ ରାଶି ପ୍ରଦାନ ନିମନ୍ତେ ନିଷ୍ପତି ଗ୍ରହଣ କରିଅଛନ୍ତି

ଏହା ବ୍ୟତୀତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ରାଜ୍ୟର ସମସ୍ତ ୟୁଜି ଓ ପିଜି ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ନିଷ୍ପତ୍ତି ହୋଇଛି। ପୂର୍ବରୁ କେବଳ ଉଚ୍ଚଶିକ୍ଷା ବିଭାଗ ଅଧୀନ ୟୁଜି, ପିଜି ପିଲା ଛାତ୍ରବୃତ୍ତି ପାଉଥିଲେ। ଏହାର କାର୍ଯ୍ୟକାରିତାର ସମୟସୀମାକୁ ବଢ଼ାଇବା ପାଇଁ ନୂଆ-ଓ ଛାତ୍ରବୃତ୍ତି ଗାଇଡ୍‌ଲାଇନ୍‌ ସଂଶୋଧନ କରାଯିବ।

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହି ସଂଶୋଧନ ଫଳରେ ଅନ୍ୟ ବିଭାଗର ପ୍ରଶାସନିକ ନିୟନ୍ତ୍ରଣରେ ଥିବା ଶିକ୍ଷାନୁଷ୍ଠାନଗୁଡ଼ିକରେ ବିଭିନ୍ନ ଅଣବୈଷୟିକ ୟୁଜି, ପିଜି ଛାତ୍ରୀଛାତ୍ରଙ୍କୁ ଛାତ୍ରବୃତ୍ତି ପ୍ରଦାନ କରାଯିବାକୁ ସରକାର ଅନୁମତି ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ...

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ଥର ଏପରି ହମଲା କଲେ ଅପରାଜିତା, କହିଦେଲେ ଏମିତି ଯେ…

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଆଟାକ୍‌ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ। ଭୁବନେଶ୍ୱର ଏମପି ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ...

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri