Posted inଜାତୀୟ

ମମତା ବାନାର୍ଜୀଙ୍କୁ ବଡ଼ ଝଟକା ଦେଲେ ରାଜ୍ୟପାଳ

କୋଲକାତା,୬।୯: ପଶ୍ଚିମବଙ୍ଗ ରାଜ୍ୟପାଳ ଆନନ୍ଦ ବୋଷ କହିଛନ୍ତି ଯେ ମମତା ସରକାରଙ୍କ କାରଣରୁ ଅପାରାଜିତା ବିଲ ବିଚାରାଧୀନ ଅଛି। ମମତା ସରକାର ଏହି ବିଲ ସହିତ ବୈଷୟିକ ରିପୋର୍ଟ ପଠାଇ ନାହାଁନ୍ତି। ବୈଷୟିକ ରିପୋର୍ଟ ବିନା ଅପରାଜିତା ବିଲ ଅନୁମୋଦନ ହୋଇପାରିବ ନାହିଁ।

ରାଜ ଭବନ ପକ୍ଷରୁ ଗୁରୁବାର ଦିଆଯାଇଥିବା ବିବୃତ୍ତିରେ କୁହାଯାଇଛି ଯେ ମମତା ସରକାରଙ୍କ ଏହି ମନୋଭାବରେ ରାଜ୍ୟପାଳ ଆନନ୍ଦ ବୋଷ ଖୁସି ନୁହଁନ୍ତି। ମହିଳାମାନଙ୍କ ସହ ଜଡିତ ଏହି ବିଲ ସମ୍ବନ୍ଧରେ ମମତା ସରକାର କୌଣସି ପ୍ରସ୍ତୁତି କରିନାହାଁନ୍ତି।

ପ୍ରଥମରୁ ମମତା ସରକାର ମଧ୍ୟ ଏହା କରିଆସୁଛନ୍ତି। ଏହାପୂର୍ବରୁ ମମତା ସରକାର ବିଧାନସଭା ଦ୍ୱାରା ପାରିତ ହୋଇଥିବା ଅନେକ ବିଲର ବୈଷୟିକ ରିପୋର୍ଟ ପଠାଇ ନ ଥିଲେ, ଯେଉଁ କାରଣରୁ ଏହି ବିଲ ବିଚାରାଧୀନ ରହିଛି। ପରେ ମମତା ସରକାର ଏଥିପାଇଁ ରାଜ ଭବନକୁ ଦାୟୀ କରିଥିଲେ।

କୋଲକାତାର ଆର୍‌.ଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ପରେ ରାଜ୍ୟରେ ମହିଳାଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଥିଲା। ଏହି ପ୍ରସଙ୍ଗରେ ସାରା ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଏହା ପରେ ସେପ୍ଟେମ୍ବର ୩ରେ ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ସରକାର ବଳାତ୍କାର ବିରୋଧୀ ବିଲ ଆଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri