Posted inଜାତୀୟ

ମଣିପୁରରେ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିବାରୁ ବିଏସଏଫକୁ ପ୍ରଶଂସା କଲେ ରାଜ୍ୟପାଳ ଅନୁସୁୟା ଉଇକେ

ଇମ୍ଫାଲ,୧୯।୮: ବିଏସଏଫ ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ସୋନାଲି ମିଶ୍ର ମଣିପୁର ରାଜ୍ୟପାଳ ଅନୁସୁୟା ଉଇକେଙ୍କୁ ଭେଟିଛନ୍ତି। ରାଜ୍ୟପାଳଙ୍କୁ ଭେଟି ସେ ରାଜ୍ୟର ସୁରକ୍ଷା ପରିସ୍ଥିତି ସମ୍ପର୍କରେ ସୂଚନା ଦେଇଛନ୍ତି। ବୈଠକରେ ବିଏସଏଫର ବରିଷ୍ଠ ଅଧିକାରୀମାନେ ମଧ୍ୟ ଯୋଗ ଦେଇଥିଲେ। ମଣିପୁରରେ ଶାନ୍ତି ଏବଂ ଶୃଙ୍ଖଳା ବଜାୟ ରଖିବାରେ ବିଏସଏଫର ଉଦ୍ୟମକୁ ରାଜ୍ୟପାଳ ପ୍ରଶଂସା କରିଥିଲେ। ମଣିପୁର ଗସ୍ତ ସମୟରେ ସୋନାଲି ମିଶ୍ର ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀଙ୍କ ସହ କଥାବାର୍ତ୍ତା କରି ପରିସ୍ଥିତିକୁ ଅନୁଧ୍ୟାନ କରିଥିଲେ।

ଜାତୀୟ ଗଣମାଧ୍ୟମର ଏକ ରିପୋର୍ଟ ଅନୁଯାୟୀ ରାଜ୍ୟପାଳଙ୍କ ସହ ସାକ୍ଷାତ ସମୟରେ ବିଏସଏଫ ଏଡିଜି ମିଶ୍ର କହିଛନ୍ତି ଯେ, କେନ୍ଦ୍ରୀୟ ବାହିନୀ ସ୍ଥାନୀୟ ଲୋକଙ୍କ ସହ ଯୋଗାଯୋଗରେ ଅଛି। ଶାନ୍ତି ଏବଂ ସ୍ବାଭାବିକ ସ୍ଥିତି ଫେରେଇ ଆଣିବା ପାଇଁ ଶାନ୍ତି ପରିବେଶ ସୃଷ୍ଟି କରିଯାଉଛି। ସେଠାକାର ନାଗରିକଙ୍କୁ ଏନେଇ ଅବଗତ କରାଯାଉଛି। ମିଶ୍ର ସୂଚନା ଦେଇଛନ୍ତି ଯେ, ବିଏସଏଫର ୫୧ଟି ଟିମ୍‌ ବର୍ତ୍ତମାନ ମଣିପୁରର ନଅଟି ଜିଲାରେ ନିୟୋଜିତ ଅଛନ୍ତି। ସେମାନେ ସେଠାରେ ଆଇନ ଶୃଙ୍ଖଳା ରକ୍ଷା କରିବାରେ ପ୍ରଶାସନକୁ ସହାୟତା କରୁଛନ୍ତି।

ଇମ୍ଫାଲ, ଉପତ୍ୟକା ଏବଂ ପାହାଡ (ବଫର ଜୋନ)କୁ ସଂଯୋଗ କରୁଥିବା ଅଞ୍ଚଳରେ ସର୍ବାଧିକ ବିଏସଏଫ କର୍ମଚାରୀଙ୍କୁ ନିୟୋଜନ କରାଯାଇଛି। କୌଣସି ଅଘଟଣକୁ ରୋକିବା ପାଇଁ କଡା ନଜର ରଖାଯାଉଛି ବୋଲି ମିଶ୍ର କହିଛନ୍ତି। ତେବେ ବୈଠକରେ ରାଜ୍ୟପାଳ ଅନୁସୁୟା ଉଇକେ ମଣିପୁରରେ ଶାନ୍ତି ଏବଂ ଶୃଙ୍ଖଳା ରକ୍ଷା କରିବାରେ ବିଏସଏଫର ଉଦ୍ୟମକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?