Posted inଜାତୀୟ

କେଜରିଓ୍ବାଲଙ୍କ ପ୍ରସ୍ତାବକୁ ମଞ୍ଜୁରୀ ଦେଲେ ଉପରାଜ୍ୟପାଳ, ମେୟର ନିର୍ବାଚନ ଫେବୃୟାରୀ ୧୬ରେ…

ନୂଆଦିଲ୍ଲୀ,୧୨।୨ : ଫେବୃଆରୀ ୧୬ରେ ମେୟର, ଡେପୁଟି ମେୟର ଏବଂ ସ୍ଥାୟୀ କମିଟିର ସଦସ୍ୟଙ୍କ ପାଇଁ ନିର୍ବାଚନ ଆୟୋଜନ ପ୍ରସ୍ତାବକୁ ଦିଲ୍ଲୀର ଉପରାଜ୍ୟପାଳ ଭି.କେ ସାକ୍ସେନା ଅନୁମୋଦନ କରିଛନ୍ତି। ଏଲଜି ସାକ୍ସେନା କହିଛନ୍ତି ଯେ ’ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସୁପାରିଶ ଅନୁଯାୟୀ ମୁଁ ଫେବୃଆରୀ ୧୬, ଗୁରୁବାର ମେୟର, ଡେପୁଟି ମେୟର ନିର୍ବାଚନ ପାଇଁ ଡକ୍ଟର ଏସପି ମୁଖାର୍ଜୀ ସିଭିକ ସେଣ୍ଟରରେ ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେଶନ ବୈଠକ କରିବାର ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛି। ମେୟର ଏବଂ ଷ୍ଟାଣ୍ଡିଂ କମିଟିର ୬ ଜଣ ସଦସ୍ୟ ଏହାପୂର୍ବରୁ ଦିଲ୍ଲୀ ସରକାର ଏବଂ ଏମସିଡି ଫେବୃଆରୀ ୧୬ କୁ ମେୟର, ଡେପୁଟି ମେୟର ଏବଂ ଷ୍ଟାଣ୍ଡିଂ କମିଟିର ସଦସ୍ୟଙ୍କ ପାଇଁ ନିର୍ବାଚନ ତାରିଖ ଭାବରେ ସ୍ଥିର କରିଥିଲେ। ଏହି ପ୍ରସ୍ତାବର ଚୂଡ଼ାନ୍ତ ଅନୁମୋଦନ ପାଇଁ ଦିଲ୍ଲୀ ଉପରାଜ୍ୟପାଳଙ୍କ ପାଖକୁ ପଠାଯାଇଥିଲା।

ସୂଚନାଯୋଗ୍ୟ,ପୂର୍ବରୁ ହଙ୍ଗାମା କାରଣରୁ ଦିଲ୍ଲୀର ମେୟର ଚୟନ ପାଇଁ ପ୍ରୟାସ ତିନିଥର ବିଫଳ ହୋଇଥିଲା। ଫେବୃଆରୀ ୧୩ ଏବଂ ୧୪ ରେ ମେୟର ନିର୍ବାଚନ କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କୁ କହିଥିଲେ। ତେବେ, ଏମସିଡି କହିଥିଲା ଯେ ଏହା ସହ ଜଡିତ ଏକ ମାମଲା ଫେବୃଆରୀ ୧୩ରେ ସୁପ୍ରିମକୋର୍ଟରେ ଶୁଣାଣି ପାଇଁ ବିଚାରାଧୀନ ଅଛି। ତେଣୁ କେଜରିଓ୍ବାଲ ସରକାର ଫେବୃଆରୀ ୧୬ରେ ମେୟର ନିର୍ବାଚନ କରିବାକୁ ଏମସିଡି ଯୋଜନାରେ ରାଜି ହୋଇଥିଲେ। ଏହାପୂର୍ବରୁ ସୁପ୍ରିମକୋର୍ଟ ଏଲଜି, ଏମସିଡିର ପ୍ରିଜାଇଡିଂ ଅଫିସର ତଥା ଅନ୍ୟମାନଙ୍କୁ ମେୟରଙ୍କ ଶୀଘ୍ର ନିର୍ବାଚନ ଆବେଦନ ଉପରେ ସେମାନଙ୍କ ମତାମତ ପଠାଇବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri