Posted inଜାତୀୟ

ଜୁଲାଇ ୨ରେ ବହୁମତ ସାବ୍ୟସ୍ତ କରିବେ ସିନ୍ଧେ

ମୁମ୍ବାଇ,୩୦।୬: ରାଜ୍ୟପାଳ ଭଗତ ସିଂ କୋଶିୟାରୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କୁ ଶନିବାର ଅର୍ଥାତ ଜୁଲାଇ ୨ ତାରିଖରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମହାରାଷ୍ଟ୍ର କ୍ୟାବିନେଟ ୨ ଦିନ ଅର୍ଥାତ୍‌ ଜୁଲାଇ ୨ ଏବଂ ୩ ପାଇଁ ରାଜ୍ୟ ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଡକାଇବାକୁ ନିଷ୍ପତ୍ତି ନିଆଯାଇଛି। ଅଧିବେଶନର ପ୍ରଥମ ଦିନରେ ବିଧାନସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ନାନା ପାଟୋଲଙ୍କ ଇସ୍ତଫା ପରେ ବାଚସ୍ପତି ପଦ ଖାଲି ରହିଛି। ସୂଚନାଯୋଗ୍ୟ, ଶିବସେନା ନେତା ଏକନାଥ ସିନ୍ଧେ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ବେଳେ ଭାଜପାର ଦେବେନ୍ଦ୍ର ଫଡନବିସ୍‌ ଉପମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦକ୍ଷିଣ ମୁମ୍ବାଇର ରାଜଭବନରେ ସନ୍ଧ୍ୟା ୭ଟା ୪୦ରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ସେମାନଙ୍କୁ ଶପଥ ପାଠ କରାଇଥିଲେ। ଏହି ସମୟରେ ଶିନ୍ଧେ ସ୍ବର୍ଗତ ଶିବସେନା ନେତା ବାଲାସାହେବ ଠାକରେ ଏବଂ ଆନନ୍ଦ ଦିଘେଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ତାଙ୍କ ଶପଥ ସମାପ୍ତ ହେବା ମାତ୍ରେ ତାଙ୍କ ସମର୍ଥକମାନେ ଠାକରେ ଏବଂ ଦିଘେଙ୍କ ପ୍ରଶଂସାରେ ସ୍ଲୋଗାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri