Posted inଜାତୀୟ

ରାଜ୍ୟପାଳ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବିଲକୁ ବିଚାରାଧୀନରଖି ପାରିବେ ନାହିଁ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୧୧ : ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି ରାଜ୍ୟପାଳ ତାଙ୍କ କୌଣସି ବିଲକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବିଚାରାଧୀନ ରହିପାରିବେ ନାହିଁ। ସୁପ୍ରିମକୋର୍ଟ କହିଛନ୍ତି ରାଜ୍ୟପାଳଙ୍କର ସାମ୍ବିଧାନିକ ଶକ୍ତି ଅଛି କିନ୍ତୁ ସେ ଏହି କ୍ଷମତାକୁ ରାଜ୍ୟ ସରକାରଙ୍କ ଆଇନ ପ୍ରଣୟନ କ୍ଷେତ୍ରରେ ଅପବ୍ୟବହାର କରିପାରିବେ ନାହିଁ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦଚୂଡ, ବିଚାରପତି ଜେବି ପାରଦୀଓ୍ବାଲା ଏବଂ ମନୋଜ ମିଶ୍ରଙ୍କ ବେଞ୍ଚ ଏହା କହିଛନ୍ତି।

ପଞ୍ଜାବ ସରକାର ସୁପ୍ରିମକୋର୍ଟଙ୍କ ନିକଟରେ ରାଜ୍ୟପାଳ ବିଲ ଅନୁମୋଦନ କରି ନ ଥିବା ଅଭିଯୋଗ କରିଛନ୍ତି। ତେବେ ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ କହିଛନ୍ତି ଜୁନ ମାସରେ ଡକାଯାଇଥିବା ଅଧିବେଶନ ଅସାମ୍ବିଧାନିକ, ତେଣୁ ସେହି ଅଧିବେଶନରେ କରାଯାଇଥିବା କାର୍ଯ୍ୟ ମଧ୍ୟ ଅସାମ୍ବିଧାନିକ ଅଟେ। ସରକାରଙ୍କ ଯୁକ୍ତି ହେଉଛି ବଜେଟ ଅଧିବେଶନ ସ୍ଥଗିତ ରଖାଯାଇ ନାହିଁ, ତେଣୁ ସରକାର ଯେତେବେଳେ ଚାହିଁବେ ପୁନର୍ବାର ଅଧିବେଶନକୁ ଡାକି ପାରିବେ। ପଞ୍ଜାବ ସରକାରଙ୍କ ଆବେଦନ ଶୁଣାଣି ବେଳେ ସୁପ୍ରିମକୋର୍ଟ ନଭେମ୍ବର ୧୦ ରେ ଦେଇଥିବା ନିଷ୍ପତ୍ତିରେ କହିଥିଲେ ନିଶ୍ଚିତ ଭାବରେ ରାଜ୍ୟପାଳ ସମ୍ବିଧାନର ଧାରା ୨୦୦ ଅନୁଯାୟୀ ଏକ ବିଲକୁ ରୋକି ପାରିବେ, କିନ୍ତୁ ଏହା କରିବାର ସଠିକ ଉପାୟ ହେଉଛି ସେ ପୁନର୍ବିଚାର କରିବା ପାଇଁ ଏହାକୁ ବିଧାନସଭାକୁ ପଠାନ୍ତୁ ।

ସୁପ୍ରିମକୋର୍ଟ କହିଛନ୍ତି ସଂଘୀୟତା ଏବଂ ଗଣତନ୍ତ୍ର ମୌଳିକ ଗଠନର ଏକ ଅଂଶ ଏବଂ ଉଭୟଙ୍କୁ ଅଲଗା କରାଯାଇପାରିବ ନାହିଁ। ଯଦି ଗୋଟିଏ ଉପାଦାନ ଦୁର୍ବଳ ହୋଇଯାଏ ତେବେ ଅନ୍ୟଟି ମଧ୍ୟ ବିପଦରେ ପଡ଼ିବ। ନାଗରିକମାନଙ୍କର ଆକାଂକ୍ଷା ଏବଂ ମୌଳିକ ସ୍ବାଧୀନତାକୁ ବାସ୍ତବ ରୂପ ଦେବା ପାଇଁ ଉଭୟଙ୍କ ସମନ୍ବୟରେ କାର୍ଯ୍ୟ କରିବା ଆବଶ୍ୟକ। ବିଧାନସଭା ପାରିତ ହୋଇଥିବା ବିଲ ଉପରେ ଶୀଘ୍ର ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ରାଜ୍ୟପାଳ ବନୱାରୀ ଲାଲ ପୁରୋହିତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପଞ୍ଜାବ ସରକାରଙ୍କ ଜୁନ ବିଧାନସଭା ଅଧିବେଶନକୁ ସାମ୍ବିଧାନିକ ବୋଲି କୋର୍ଟ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri