ଶାନ୍ତିଲତା ବାରିକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୪ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ନିଜ ଏକ୍ସ ଆକାଉଣ୍ଟରେ ଶାନ୍ତିଲତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଓଡ଼ିଆ ସଙ୍ଗୀତ, ମୁଖ୍ୟତଃ ଭକ୍ତି ସଙ୍ଗୀତକୁ ତାଙ୍କର ଅବଦାନ ଅନନ୍ୟ ବୋଲି ଲେଖିଛନ୍ତି। ନିଜର କୃତି ଓ କୀର୍ତ୍ତି ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଗଭୀର ଶୋକବ୍ୟକ୍ତ କରିଛନ୍ତି। ସେ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ। ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ସେ ଓଡ଼ିଶାର ଘରେଘରେ ସୁପରିଚିତ ଥିଲେ। ତାଙ୍କ ଭଜନ ଭକ୍ତି ଓ ସମର୍ପଣର ସଙ୍ଗୀତମୟ ନିବେଦନ ଥିଲା। ତାଙ୍କ ସ୍ବର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା। ତାଙ୍କ ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶାନ୍ତିଲତାଙ୍କ ବିୟୋଗରେ ଦୁଃଖିତ ଓ ମର୍ମାହତ ଥିବା ଉଲ୍ଲେଖ କରିଛନ୍ତି। ତାଙ୍କର ଗୀତରେ ଆଧ୍ୟାତ୍ମିକତାର ଆବେଗ ଓ ସମର୍ପଣ ଭାବନା ଥିଲା। ସଙ୍ଗୀତ ମାଧ୍ୟମରେ ସେ ଓଡ଼ିଶାର ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡିଥିଲେ। ତାଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି ବୋଲି ସେ କହିଛନ୍ତି। ପୂର୍ବତନ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ତଥା ରାଜ୍ୟ ମୁଖପାତ୍ର ସଞ୍ଜୟ କୁମାର ଦାସବର୍ମା ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?