କୋରାପୁଟରେ ରାଜ୍ୟପାଳ ଗଣେଶୀ ଲାଲ୍‌

କୋରାପୁଟ,୧୦।୯(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଶନିବାର ୨ ଦିନିଆ ଗସ୍ତରେ ଆସି କୋରାପୁଟରେ ପହଞ୍ଚିଛନ୍ତି। ରାଜ୍ୟପାଳ ଶନିବାର ସକାଳ ୯ଟାରେ ହୀରାଖଣ୍ଡ ଟ୍ରେନର ଏକ ସ୍ବତନ୍ତ୍ର ବଗିରେ ଆସି କୋରାପୁଟ ଷ୍ଟେଶନରେ ପହଞ୍ଚିବା ପରେ କୋରାପୁଟ ଜିଲାପାଳ ଅବଦାଲ ଏମ୍‌. ଅଖତାର ଓ ଏସ୍‌ପି ବରୁଣ ଗୁଣ୍ଟୁପାଲ୍ଲୀ ତାଙ୍କୁ ପୁଷ୍ପଗୁଛ ଦେଇ ସ୍ବାଗତ କରିଥିଲେ ।

ଏହି ଅବସରରେ କୋରାପୁଟ ଷ୍ଟେଶନ ମ୍ୟାନେଜର ନନ୍ଦ କିଶୋର ଭିତିରିଆଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ରହି ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ବାଗତ ଜଣାଇଥିଲେ। ପରେ ରାଜ୍ୟପାଳ ଷ୍ଟେଶନରୁ ବାହାରି କାର ଯୋଗେ କୋରାପୁଟ ସ୍ବତନ୍ତ୍ର ସର୍କିଟ ହାଉସକୁ ଯାଇଥିଲେ। ସେଠାରେ ରାଜ୍ୟପାଳ ଦୁଇ ଦିନ ଅବସ୍ଥାନ କରିବା ସହିତ ଜିଲାରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଶନିବାର ଅପରାହ୍ନରେ କୋରାପୁଟର ସୁନାବେଡାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଭାରତ ସ୍ବାଧୀନତାରେ ଆଦିବାସୀଙ୍କ ଯୋଗଦାନ ସମ୍ପର୍କିତ ଆୟୋଜିତ ଏକ ଜାତୀୟସ୍ତରୀୟ ଆଲୋଚନାଚକ୍ରରେ ଯୋଗଦେବେ। ପରେ ସେମିଳିଗୁଡ଼ାସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ ଯାଇ ସେଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ କୋରାପୁଟ ସର୍କିଟ ହାଉସ ଫେରି ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି ରାଜ୍ୟପାଳ ରବିବାର କୁନ୍ଦ୍ରା ବ୍ଲକ ଯାଇ ସେଠାରେ ବୁଦାଗୁଡା ଗ୍ରାମରେ ଦୁରୁଆ ଗ୍ରାମବାସୀ ମହିଳା ମହାସଂଘ ପକ୍ଷରୁ ଆୟୋଜିତ ବାର୍ଷିକ ଉତ୍ସବରେ ଯୋଗଦେବେ। ଏହି ଅବସରରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ସହ ଆଲୋଚନା କରିବେ। ପରେ ଜୟପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ସୋମବାର ସକାଳେ ରାଜ୍ୟପାଳ କାର ଯୋଗେ ରାୟଗଡା ଜିଲା ଗସ୍ତରେ ଯିବେ ବୋଲି ଜଣାପଡିଛି ା ରାଜ୍ୟପାଳଙ୍କ ଦୁଇଦିନିଆ ଗସ୍ତକୁ ଦୃଷ୍ଟିରେ ରଖି କୋରାପୁଟ ପୋଲିସ ପ୍ରଶାସନ ପକ୍ଷରୁ ଜଣେ ଅତିରିକ୍ତ ଏସ୍‌ପି, ୫ ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର ଏବଂ ୧୨ ପ୍ଲାଟୁନ ପୋଲିସଙ୍କୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri