କୋରାପୁଟରେ ରାଜ୍ୟପାଳ ଗଣେଶୀ ଲାଲ୍‌

କୋରାପୁଟ,୧୦।୯(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଶନିବାର ୨ ଦିନିଆ ଗସ୍ତରେ ଆସି କୋରାପୁଟରେ ପହଞ୍ଚିଛନ୍ତି। ରାଜ୍ୟପାଳ ଶନିବାର ସକାଳ ୯ଟାରେ ହୀରାଖଣ୍ଡ ଟ୍ରେନର ଏକ ସ୍ବତନ୍ତ୍ର ବଗିରେ ଆସି କୋରାପୁଟ ଷ୍ଟେଶନରେ ପହଞ୍ଚିବା ପରେ କୋରାପୁଟ ଜିଲାପାଳ ଅବଦାଲ ଏମ୍‌. ଅଖତାର ଓ ଏସ୍‌ପି ବରୁଣ ଗୁଣ୍ଟୁପାଲ୍ଲୀ ତାଙ୍କୁ ପୁଷ୍ପଗୁଛ ଦେଇ ସ୍ବାଗତ କରିଥିଲେ ।

ଏହି ଅବସରରେ କୋରାପୁଟ ଷ୍ଟେଶନ ମ୍ୟାନେଜର ନନ୍ଦ କିଶୋର ଭିତିରିଆଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ରହି ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ବାଗତ ଜଣାଇଥିଲେ। ପରେ ରାଜ୍ୟପାଳ ଷ୍ଟେଶନରୁ ବାହାରି କାର ଯୋଗେ କୋରାପୁଟ ସ୍ବତନ୍ତ୍ର ସର୍କିଟ ହାଉସକୁ ଯାଇଥିଲେ। ସେଠାରେ ରାଜ୍ୟପାଳ ଦୁଇ ଦିନ ଅବସ୍ଥାନ କରିବା ସହିତ ଜିଲାରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଶନିବାର ଅପରାହ୍ନରେ କୋରାପୁଟର ସୁନାବେଡାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଭାରତ ସ୍ବାଧୀନତାରେ ଆଦିବାସୀଙ୍କ ଯୋଗଦାନ ସମ୍ପର୍କିତ ଆୟୋଜିତ ଏକ ଜାତୀୟସ୍ତରୀୟ ଆଲୋଚନାଚକ୍ରରେ ଯୋଗଦେବେ। ପରେ ସେମିଳିଗୁଡ଼ାସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ ଯାଇ ସେଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ କୋରାପୁଟ ସର୍କିଟ ହାଉସ ଫେରି ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି ରାଜ୍ୟପାଳ ରବିବାର କୁନ୍ଦ୍ରା ବ୍ଲକ ଯାଇ ସେଠାରେ ବୁଦାଗୁଡା ଗ୍ରାମରେ ଦୁରୁଆ ଗ୍ରାମବାସୀ ମହିଳା ମହାସଂଘ ପକ୍ଷରୁ ଆୟୋଜିତ ବାର୍ଷିକ ଉତ୍ସବରେ ଯୋଗଦେବେ। ଏହି ଅବସରରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ସହ ଆଲୋଚନା କରିବେ। ପରେ ଜୟପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ସୋମବାର ସକାଳେ ରାଜ୍ୟପାଳ କାର ଯୋଗେ ରାୟଗଡା ଜିଲା ଗସ୍ତରେ ଯିବେ ବୋଲି ଜଣାପଡିଛି ା ରାଜ୍ୟପାଳଙ୍କ ଦୁଇଦିନିଆ ଗସ୍ତକୁ ଦୃଷ୍ଟିରେ ରଖି କୋରାପୁଟ ପୋଲିସ ପ୍ରଶାସନ ପକ୍ଷରୁ ଜଣେ ଅତିରିକ୍ତ ଏସ୍‌ପି, ୫ ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର ଏବଂ ୧୨ ପ୍ଲାଟୁନ ପୋଲିସଙ୍କୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri