୭୪ ଜଣଙ୍କୁ ପଦକ ପ୍ରଦାନକଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୮(ସତ୍ୟଜିତ ରାଉତ): ରାଜ୍ୟ ପୋଲିସ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୭୪ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ପାଇଁ ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ସାହସିକତା ପଦକ ପ୍ରଦାନ କରାଯାଇଛି। ଲୋକସେବା ଭବନ କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ ଏହି ପଦକ ପ୍ରଦାନ କରିଛନ୍ତି। ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ବିଶିଷ୍ଟ ସେବାରେ ୨ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ଓ ୧୦ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ‘ରାଷ୍ଟ୍ରପତି ପୋଲିସ ପଦକ’ ପ୍ରଦାନ କରାଯାଇଛି। ସେହିପରି ଉଲ୍ଲେଖନୀୟ ସେବା ପାଇଁ ୧୫ ଜଣଙ୍କୁ ‘ରାଜ୍ୟପାଳ ପୋଲିସ ପଦକ’ ପ୍ରଦାନ କରାଯାଇଛି। ଅନୁରୂପ ଭାବେ ୨୦୨୦ ସ୍ବାଧୀନତା ଦିବସ ପାଇଁ ବିଶିଷ୍ଟ ସେବା ନିମନ୍ତେ ୨ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ଓ ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ପ୍ରଦାନ କରାଯାଇଛି।
୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୨ଜଣ ଅଗ୍ନିଶମ ଅଧିକାରୀଙ୍କୁ ରାଷ୍ଟ୍ରପତି ଅଗ୍ନିଶମ ସେବା ପଦକ ପ୍ରଦାନ କରାଯାଇଥିବାବେଳେ ୪ ଜଣଙ୍କୁ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯାଇଛି। ସେହିପରି ଗୃହରକ୍ଷୀ ସେବା ପାଇଁ ଜଣଙ୍କୁ ରାଷ୍ଟ୍ରପତି ପଦକ ଓ ଜଣଙ୍କୁ ରାଷ୍ଟ୍ରପତି ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯାଇଛି। ବେସାମରିକ କ୍ଷେତ୍ରରେ ପ୍ରଶଂସନୀୟ ସେବା ନିମନ୍ତେ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଛି। ଅଗ୍ନିଶମ ସେବା କ୍ଷେତ୍ରରେ ସାହସିକତା ପାଇଁ ଜଣଙ୍କୁ ରାଷ୍ଟ୍ରପତି ସାହସିକତା ପଦକ ପ୍ରଦାନ କରାଯାଇଥିବାବେଳେ ୨ ଜଣଙ୍କୁ ରାଷ୍ଟ୍ରପତି ଅଗ୍ନିଶମ ସେବା ପଦକ ପ୍ରଦାନ କରାଯାଇଛି। ଅନୁରୂପ ଭାବରେ ୬ ଜଣଙ୍କୁ ପ୍ରଶଂସନୀୟ ଅଗ୍ନିଶମ ସେବା ପଦକ ପ୍ରଦାନ କରାଯାଇଛି।
ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବାରେ ପ୍ରଶଂସନୀୟ ସେବା ନିମନ୍ତେ ୨୦୨୦ ସ୍ବାଧୀନତା ଦିବସ ପାଇଁ ୪ ଜଣଙ୍କୁ ପଦକ ପ୍ରଦାନ କରାଯାଇଛି। ସେହିଭଳି ସାଧାରଣତନ୍ତ୍ର ଦିବସ ପାଇଁ ୩ଜଣ କାରାଗାର ଅଧିକାରୀଙ୍କୁ ରାଷ୍ଟ୍ରପତି ସେବା ପଦକ ସହ ରାଜ୍ୟ ସରକାରୀଙ୍କ ପକ୍ଷରୁ ୧୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିବାବେଳେ ଆଉ ୩ଜଣ କାରାଗାର ଅଧିକାରୀଙ୍କୁ ରାଷ୍ଟ୍ରପତିଙ୍କ ସଂସ୍କାର ସେବା ପଦକ ସହ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଛି।
ସ୍ବାଧୀନତା ଦିବସ ଅବସରରେ ୨ଜଣ କାରାଗାର ଅଧିକାରୀଙ୍କୁ ରାଷ୍ଟ୍ରପତି ସେବା ପଦକ ସହ ସରକାରଙ୍କ ପକ୍ଷରୁ ୧୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଛି। ସେହିପରି ୨ ଜଣଙ୍କୁ ରାଷ୍ଟ୍ରପତିଙ୍କ ସଂସ୍କାର ସେବା ପଦକ ସହ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଗୃହ ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଡିଜିପି ସୁନୀଲ ବଂଶଲ, ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?