Odisha Elections 2024

୭୪ ଜଣଙ୍କୁ ପଦକ ପ୍ରଦାନକଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୮(ସତ୍ୟଜିତ ରାଉତ): ରାଜ୍ୟ ପୋଲିସ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୭୪ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ପାଇଁ ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ସାହସିକତା ପଦକ ପ୍ରଦାନ କରାଯାଇଛି। ଲୋକସେବା ଭବନ କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ ଏହି ପଦକ ପ୍ରଦାନ କରିଛନ୍ତି। ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ବିଶିଷ୍ଟ ସେବାରେ ୨ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ଓ ୧୦ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ‘ରାଷ୍ଟ୍ରପତି ପୋଲିସ ପଦକ’ ପ୍ରଦାନ କରାଯାଇଛି। ସେହିପରି ଉଲ୍ଲେଖନୀୟ ସେବା ପାଇଁ ୧୫ ଜଣଙ୍କୁ ‘ରାଜ୍ୟପାଳ ପୋଲିସ ପଦକ’ ପ୍ରଦାନ କରାଯାଇଛି। ଅନୁରୂପ ଭାବେ ୨୦୨୦ ସ୍ବାଧୀନତା ଦିବସ ପାଇଁ ବିଶିଷ୍ଟ ସେବା ନିମନ୍ତେ ୨ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ଓ ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ପ୍ରଦାନ କରାଯାଇଛି।
୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୨ଜଣ ଅଗ୍ନିଶମ ଅଧିକାରୀଙ୍କୁ ରାଷ୍ଟ୍ରପତି ଅଗ୍ନିଶମ ସେବା ପଦକ ପ୍ରଦାନ କରାଯାଇଥିବାବେଳେ ୪ ଜଣଙ୍କୁ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯାଇଛି। ସେହିପରି ଗୃହରକ୍ଷୀ ସେବା ପାଇଁ ଜଣଙ୍କୁ ରାଷ୍ଟ୍ରପତି ପଦକ ଓ ଜଣଙ୍କୁ ରାଷ୍ଟ୍ରପତି ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯାଇଛି। ବେସାମରିକ କ୍ଷେତ୍ରରେ ପ୍ରଶଂସନୀୟ ସେବା ନିମନ୍ତେ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଛି। ଅଗ୍ନିଶମ ସେବା କ୍ଷେତ୍ରରେ ସାହସିକତା ପାଇଁ ଜଣଙ୍କୁ ରାଷ୍ଟ୍ରପତି ସାହସିକତା ପଦକ ପ୍ରଦାନ କରାଯାଇଥିବାବେଳେ ୨ ଜଣଙ୍କୁ ରାଷ୍ଟ୍ରପତି ଅଗ୍ନିଶମ ସେବା ପଦକ ପ୍ରଦାନ କରାଯାଇଛି। ଅନୁରୂପ ଭାବରେ ୬ ଜଣଙ୍କୁ ପ୍ରଶଂସନୀୟ ଅଗ୍ନିଶମ ସେବା ପଦକ ପ୍ରଦାନ କରାଯାଇଛି।
ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବାରେ ପ୍ରଶଂସନୀୟ ସେବା ନିମନ୍ତେ ୨୦୨୦ ସ୍ବାଧୀନତା ଦିବସ ପାଇଁ ୪ ଜଣଙ୍କୁ ପଦକ ପ୍ରଦାନ କରାଯାଇଛି। ସେହିଭଳି ସାଧାରଣତନ୍ତ୍ର ଦିବସ ପାଇଁ ୩ଜଣ କାରାଗାର ଅଧିକାରୀଙ୍କୁ ରାଷ୍ଟ୍ରପତି ସେବା ପଦକ ସହ ରାଜ୍ୟ ସରକାରୀଙ୍କ ପକ୍ଷରୁ ୧୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିବାବେଳେ ଆଉ ୩ଜଣ କାରାଗାର ଅଧିକାରୀଙ୍କୁ ରାଷ୍ଟ୍ରପତିଙ୍କ ସଂସ୍କାର ସେବା ପଦକ ସହ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଛି।
ସ୍ବାଧୀନତା ଦିବସ ଅବସରରେ ୨ଜଣ କାରାଗାର ଅଧିକାରୀଙ୍କୁ ରାଷ୍ଟ୍ରପତି ସେବା ପଦକ ସହ ସରକାରଙ୍କ ପକ୍ଷରୁ ୧୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଛି। ସେହିପରି ୨ ଜଣଙ୍କୁ ରାଷ୍ଟ୍ରପତିଙ୍କ ସଂସ୍କାର ସେବା ପଦକ ସହ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଗୃହ ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଡିଜିପି ସୁନୀଲ ବଂଶଲ, ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର...

ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri