କାଲିଠୁ ରାଜ୍ୟରେ ‘ମୋହନ ସରକାର’

ଭୁବନେଶ୍ୱର,୧୧।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଅପରାହ୍ନରେ ଶପଥ ନେବ ମୋହନ ସରକାର। ଏନେଇ ରାଜଭବନ ପକ୍ଷରୁ ବିଧିବଦ୍ଧ ସୂଚନା ଦିଆଯାଇଛି। ଭୁବନେଶ୍ୱର ଜନତା ମଇଦାନରେ ୪.୫୫ରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟପାଳ ନିଯୁକ୍ତି ଦେଇଛନ୍ତି।

ପ୍ରକାଶ ଯେ,ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନଙ୍କ ନାମ ଉପରେ ମୋହର ବାଜିଥିଲା । ପରେ ଏନେଇ ଘୋଷଣା କରାଯିବା ପରେ ସନ୍ଧ୍ୟାରେ ମୋହନଙ୍କ ସମେତ ଭାଜପାର ବରିଷ୍ଠ ନେତାମାନେ ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଥିଲେ। ସେଠାରେ ସେ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଥିଲେ। ଏହି ଅବସରରେ ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri