କଳାହାଣ୍ଡିରେ ରାଜ୍ୟପାଳ

ଭବାନୀପାଟଣା,୨୯ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାକୁ ଗୁରୁବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌। ଆଜି ପୂର୍ବଳହ୍ନରେ ରାଜ୍ୟପାଳ ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶବିଦ୍ୟାଳୟରେ ନୂତନ ଏକାଡେମୀ କୋଠା ଓ ଲାଇବ୍ରେରୀ କୋଠା ଉଦ୍‌ଘାଟନ କରିଥିଲେ। ପରେ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ସେ ଯୋଗଦେଇ ଯେଉଁ ହାଣ୍ଡିରେ ପ୍ରଭୁ କାଳିଆଙ୍କ ପାଇଁ ଭାତ ରନ୍ଧା ଯାଏ ତାହା ହେଉଛି କଳାହାଣ୍ଡି ବୋଲି କହିଥିଲେ। ବିଶ୍ୱରେ ଭାରତର ସଂସ୍କୃତି ଓ ପରମ୍ପରା ସବୁଠି ନିଆରା। ସେହିପରି ମହାଭାରତ,ରାମାୟଣଠାରୁ ଆରମ୍ଭ କରି ବର୍ତ୍ତମାନର ଆଧୁନିକ ଭାରତର ଅଗ୍ରଗତି ଉପରେ ତୁଳନାତ୍ମକ ଶୈଳୀରେ ବିଶ୍ଳେଷଣ କରିଥିଲେ। ଗୁରୁ ବିନା ଶିକ୍ଷା ଅସମ୍ଭବ। ତେଣୁ ପୌରାଣିକ ଯୁଗଠୁ ଆରମ୍ଭ କରି ବର୍ତ୍ତମାନ ପର୍ଯ୍ୟନ୍ତ ଗୁରୁର ସର୍ବଦା ମର୍ଯ୍ୟାଦା ରହିଛି। ଛାତ୍ରୀଛାତ୍ର ଜଗନ୍ନାଥ ସଂସ୍କୃତିର ଅନୁପ୍ରାଣୀତ ହୋଇ ପ୍ରଭୁ ଜଗନ୍ନାଥଙ୍କ ଭଳି ତେଜିୟାନ ହେବା ପାଇଁ ଆହ୍ବାନ ଦେଇଥିଲେ। ଭାରତରେ ଆଜି ଓଡ଼ିଶା ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି। ଏଠାକାର ଜଣେ ଗ୍ରାମାଞ୍ଚଳର ଆଦିବାସୀ ମହିଳା ଦେଶର ସର୍ବୋଚ୍ଚ ପଦବୀ ରାଷ୍ଟ୍ରପତି ହୋଇଥିବା ବେଳେ ଶିକ୍ଷାମନ୍ତ୍ରୀ, ଆର୍‌ବିଆଇ ଗଭର୍ନର, ସିଏଜି ଭଳି ଗିରୁତ୍ୱପୂର୍ଣ୍ଣ ପଦବୀରେ ରହି ଓଡ଼ିଶାକୁ ଗୌରବାନ୍ବିତ କରିଛନ୍ତି ବୋଲି ତାଙ୍କ ଅଭିଭାଷଣରେ କହିଥିଲେ।
କଳାହାଣ୍ଡି ବିଶବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲାପାଳ ପି.ଅନ୍ବେଷା ରେଡ୍ଡୀ,ଏସ୍‌ପି ଅଭିଲାଷ ଜି,ରେଜିଷ୍ଟାର ପୀତାମ୍ବର ଭୋଇ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri